ଚାରି ବ୍ଲକରେ ସମାଧାନ ହେବ ପାନୀୟ ଜଳ ସମସ୍ୟା, ଉନ୍ନତ ହେବ ଗ୍ରାମାଞ୍ଚଳ ପାଇପ୍ ଜଳ ଯୋଗାଣ
ଭୁବନେଶ୍ୱର: ଆଠଗଡ, ନରସିଂହପୁର, ପିପିଲି ଓ ଆଠମଲ୍ଲିକ ବ୍ଲକରେ ହେବ ପାନୀୟ ଜଳ ସମସ୍ୟାର ସମାଧାନ । ଏହା ସହ ଉନ୍ନତ ହେବ ଗ୍ରାମାଞ୍ଚଳ ପାଇପ୍ ଜଳ ଯୋଗାଣ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ଆଠଗଡ, ନରସିଂହପୁର, ପିପିଲି ଓ ଆଠମଲ୍ଲିକ ବ୍ଲକର ପାନୀୟ ଜଳ ସମ୍ପର୍କିତ ସମସ୍ୟାର ତୁରନ୍ତ ସମାଧାନ ପାଇଁ ନିଷ୍ପତ୍ତି ହୋଇଥିଲା । ନରସିଂହପୁର ଓ ଆଠଗଡରେ ନିର୍ମାଣାଧୀନ ସମସ୍ତ ପାଇପ ଜଳ ଯୋଗାଣ ପ୍ରକଳ୍ପ ଗୁଡିକର ଉପଯୁକ୍ତ ତଦାରଖ ସହିତ ପ୍ରକଳ୍ପ ଗୁଡିକର ଉଚ୍ଚମାନ ବଜାୟ ରଖିବା ଓ ପ୍ରକଳ୍ପକୁ ଠିକ୍ ସମୟରେ ଶେଷ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।
ସେହିପରି ପିପିଲିରେ ଚାଲୁଥିବା ପାଇପ୍ ଜଳଯୋଗାଣ ପ୍ରକଳ୍ପ ଗୁଡିକରେ ଥିବା ବିଭିନ୍ନ ସମସ୍ୟାଗୁଡିକ ଦୂର କରିବା ପାଇଁ ତ୍ୱରିତ ପଦକ୍ଷେପ ନେବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ବିଶେଷକରି ପ୍ରକଳ୍ପ ଗୁଡିକର ଉପରମୁଣ୍ଡରେ ବେଆଇନ ଭାବେ ପାଣି ଚୋରି ରୋକିବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।
ସାରା ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଗ୍ରାମାଞ୍ଚଳ ପାଇପ୍ ଜଳ ଯୋଗାଣ ଯୋଜନା ଗୁଡିକରେ ତ୍ରୁଟି ଚିହ୍ନଟ ଓ ତୁରନ୍ତ ସମାଧାନ ପାଇଁ SCADA (Supervisory Control And Data Acquisition ) କାର୍ଯ୍ୟକାରୀ କରାଯିବ। ପ୍ରକଳ୍ପ ଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକ କର୍ମଚାରୀ ଯୋଗାଇଦେବା ସହିତ ସମସ୍ତ ପ୍ରକଳ୍ପ ଗୁଡିକୁ ବିଦ୍ୟୁତ ଯୋଗାଣ ଜାରି ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି । ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ଗୁଡିକରେ ବିଦ୍ୟୁତ ବିଲ୍ ଆଦାୟଜନିତ ସମସ୍ୟାର ସମାଧାନ ପାଇଁ ଏକ ଫଳପ୍ରଦ ପଦ୍ଧତି ବିକାଶ ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା।
ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ରାଜ୍ୟର ବିଭିନ୍ନ ଜିଲ୍ଲା ଗସ୍ତ କରିବା ସମୟରେ ବିଭିନ୍ନ ସ୍ଥାନରେ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ଅନେକ ଆପତ୍ତି ଅଭିଯୋଗ ଆସିଥିଲା । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଆଜି ଅନୁଷ୍ଠିତ ହୋଇଥିଲା । ବୈଠକରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ସହିତ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଶ୍ରୀ ସୁଶିଲ କୁମାର ଲୋହାନୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications