Droupadi Murmu: ଆଜିଠୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

Droupadi Murmu: ଆଜିଠୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରାହ୍ନ ୫ଟାରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରୁ ସିଧାସଳଖ ଚନ୍ଦ୍ରଶେଖରପୁର ସ୍ଥିତ ନୀଳାଦ୍ରି ବିହାର ଗସ୍ତ କରି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି।

ଏହାପରେ ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ରାଷ୍ଟ୍ରପତି ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସକାଳ ୯ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବେ।

ପରେ ସେଠାରୁ ଶ୍ରୀମନ୍ଦିର ଯାଇ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେବେ। ଅପରାହ୍ନ ୩ଟା ୫୫ମିନିଟରେ ପୁରୀ ବ୍ଲୁ-ଫ୍ଲାଗ ବେଳାଭୂମିରେ ଆୟୋଜିତ ନୌସେନା ଦିବସ ସମାରୋହ ଓ ସମର କୌଶଳ ପ୍ରଦର୍ଶନରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ। ଡିସେମ୍ବର ୫ତାରିଖରେ ଓୟୁଏଟିର ୪୦ତମ ସମାବର୍ତ୍ତନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ।

Droupadi Murmu

ସେହିଦିନ ଭୁବନେଶ୍ୱରର ନ୍ୟାୟିକ କୋର୍ଟର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ । ଡିସେମ୍ବର ୬ରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯାଇ ଉପରବେଡ଼ାଠାରେ ଛାତ୍ରଛାତ୍ରୀ ଓ ଗାଁ ଲୋକମାନଙ୍କ ସହ ମତବିନିୟମ କରିବେ । ସେହିଦିନ ରାଇରଙ୍ଗପୁରଠାରେ ସେ ରାଇରଙ୍ଗପୁର ମହିଳା କଲେଜର ଛାତ୍ରଛାତ୍ରୀ ଓ ଅଧ୍ୟାପିକମାନଙ୍କ ସହ କଥା ହେବେ ।

୭ତାରିଖରେ ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁରମରା-ଚକୁଳିଆ ଓ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳଲାଇନ୍‌, ରାଇରଙ୍ଗପୁର ଆଦିବାସୀ ଗବେଷଣା ଓ ବିକାଶ କେନ୍ଦ୍ର, ଦାଣ୍ଡବୋଷ ବିମାନ ବନ୍ଦର ଓ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+