ଆସନ୍ତା ଦୁଇଦିନ ରାଜ୍ୟରେ ଜାରି ରହିବ ଶୁଖିଲା ପାଗ, ୭ ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ। ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟରେ ମୁଖ୍ଯତଃ ପାଗ ଶୁଖିଲା ଓ ଖରାଟିଆ ରହିବ ଏବଂ କିଛି ସ୍ଥାନରେ ପରିବେଶ ମେଘୁଆ ରହିପାରେ। ଶ୍ରୀଲଙ୍କା ଉପକୂଳସ୍ଥ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପର ପ୍ରଭାବରେ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।

weather odisha

ଓଡ଼ିଶାର ୭ଟି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି। ସୂଚନାଯୋଗ୍ୟ, ଗତ ୨୪ଘଣ୍ଟାରେ ଉତ୍ତର ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ରାତ୍ରି ତାପମାତ୍ରା କମିବାର ନଜିର ରହିଛି। କିନ୍ତୁ ଅବଶିଷ୍ଟ ଓଡ଼ିଶାରେ ତାପମାତ୍ରା ସ୍ଥିର ରହିଛି। ଗତ ଦୁଇଦିନ ଧରି ରାଜ୍ୟର ଉତ୍ତର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଯାଇଛି। ରାଜଧାନୀ ଭୁବନେଶ୍ବର ଏବଂ କଟକ ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ କୋହଲା ପାଗ ପରିଲକ୍ଷିତ ହୋଇଛି। ଦୀପାବଳି ସମୟରେ ପାଗ ଅନୁକୂଳ ରହିବା ବୋଲି ପୂର୍ବନୁମାନ କରାଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+