Get Updates
Get notified of breaking news, exclusive insights, and must-see stories!

କାର୍ତ୍ତିକ ଭିଡ଼ ଯୋଗୁଁ ବଦଳିଲା ଶ୍ରୀମନ୍ଦିର ଧ୍ବଜା ବନ୍ଧା ନୀତି ସମୟ; ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ ଧ୍ବଜା ବନ୍ଧା

କାର୍ତ୍ତିକ ଭିଡ଼ ଯୋଗୁଁ ବଦଳିଲା ଶ୍ରୀମନ୍ଦିର ଧ୍ବଜା ବନ୍ଧା ନୀତି ସମୟ । ସନ୍ଧ୍ୟା ବଦଳରେ ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ ଧ୍ବଜା ବନ୍ଧା । ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ ପରେ ଚୁନରା ସେବକଙ୍କୁ ଅବଗତ।

ସେହିପରି ଆଜି ଶ୍ରୀମନ୍ଦିରରେ ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବଡ଼ଠାକୁର। ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ବସ୍ତ ପରିଧାନ କରି ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଥାନ୍ତି।

Kartik masa

ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି। ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପ୍ତି ଲାଭ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+