ସମ୍ବଲପୁରରେ ଶକ୍ତି ଗୋଟାଉଛି ବିଜେପି, କଂଗ୍ରେସ ଛାଡ଼ିବା ପରେ ଆଜି ପଦ୍ମ ଧରିଲେ ଦୁଲାଲ ପ୍ରଧାନ

ବିଜେପିରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପଦ୍ମ ଧରିଲେ ଦୁଲାଲ ପ୍ରଧାନ। ଦୁଇ ଦିନ ପୂର୍ବରୁ ଟିକେଟ୍ ଅଦଳବଦଳ ହେବାରୁ କଂଗ୍ରେସ ଛାଡ଼ିଥିଲେ ଦୁଲାଲ।

Dulal Pradhan

ସୁଚନା ଯୋଗ୍ୟ ଯେ, କିଛି ଦିନ ତଳେ କଂଗ୍ରେସରୁ ଆଜି ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ । ଅସନ୍ତୁଷ୍ଟ ହୋଇ ଦଳ ଛାଡିଥିବା ବୋଲି ସେ ପ୍ରକାଶ କରିଥିଲେ । କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି। କଂଗ୍ରେସ ଟିକେଟ ଦେଇ ଫେରାଇ ନେବାକୁ ନେଇ ଅସନ୍ତୁଷ୍ଟ ଥିବା ଦୁଲାଲ ଚନ୍ଦ୍ର ପ୍ରଧାନ ଦଳ ଛାଡିଥିଲେ । ସ‌େ ନିଜର ଇସ୍ତଫାପତ୍ର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ନିକଟକୁ ପଠାଇଥିବା ଜଣାଇଥିଲେ ।

ଭାରତୀୟ ଜାତୀୟ କଂଗ୍ରେସ ରବିବାର ୨ଟି ଲୋକସଭା ଆସନ ଓ ୮ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିବା ପରେ କଂଗ୍ରେସ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ପ୍ରାର୍ଥୀ ପରିବର୍ତ୍ତନ କରିଥିଲା।

ନଗେନ୍ଦ୍ର ପ୍ରଧାନ ପୂର୍ବରୁ ବିଜେଡିରେ ଥିଲେ । ତାଙ୍କୁ ସମ୍ବଲପୁର ଲୋକସଭା ପାଇଁ ଟିକେଟ୍ ନମିଳିବା ପରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । ନିକଟରେ ସେ କଂଗ୍ରେସରେ ଯୋଗଦେଇଥିଲେ । କଂଗ୍ରେସରେ ମିଶିବା ପରେ ଦଳ ତାଙ୍କୁ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀ କରିଛି ।

କଂଗ୍ରେସ ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏକ ପ୍ରେସ ବିଜ୍ଞପ୍ତିରେ କହିଥିଲେ, କଟକରେ ସୁରେଶ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି। ସେହିପରି ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି। ଏଣେ ବାରିପଦାରେ ବାଦଲ ହେମ୍ବ୍ରମଙ୍କ ସ୍ଥାନରେ ପ୍ରମୋଦ କୁମାର ହେମ୍ବ୍ରମ ଓ ଖଣ୍ଡପଡ଼ାରେ ମନୋଜ କୁମାର ପ୍ରଧାନଙ୍କ ସ୍ଥାନରେ ବୈଜୟନ୍ତୀମାଳା ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+