Get Updates
Get notified of breaking news, exclusive insights, and must-see stories!

ମା'ଙ୍କ ଭସାଣ ଶୋଭାଯାତ୍ରା ପାଇଁ ଟୁଇନ୍ ସିଟିରେ କଟକଣା; ଜାଣନ୍ତୁ କେଉଁ ରୁଟ ଦେଇ ଯାଇପାରିବେ ?

ମେଲାଣି ନେବେ ଜଗତ ଜନନୀ ମା' ଦୁର୍ଗା। ଧରାପୃଷ୍ଠରୁ ଲୀଳାଖେଳା ଛାଡ଼ି ବାହୁଡିବେ ମା'। ମା'ଙ୍କ ଭସାଣ ଶୋଭାଯାତ୍ରା ପାଇଁ ଟୁଇନ୍ ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବର୍ଷ ମାନଙ୍କ ଭଳି ଚଳିତବର୍ଷ ମଧ୍ୟ ଭୁବନେଶ୍ୱର ଓ କଟକରେ ଭସାଣ ଉତ୍ସବକୁ ଆକର୍ଷଣୀୟ କରିବାକୁ ସବୁ ପୂଜା କମିଟିମାନେ ଭରପୁର ଆୟୋଜନ କରିଛନ୍ତି। ଶୋଭାଯାତ୍ରା ସମୟରେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଆଇନ୍ ଶୃଙ୍ଖଳା ଓ ଟ୍ରାଫିକ୍ ଉପରେ ବିଶେଷ ଧ୍ୟାନ ଦେଇଛି କମିଶନରେଟ୍ ପୁଲିସ୍।

ଭୁବନେଶ୍ୱର ଓ କଟକରେ ଭସାଣି ପାଇଁ କଟକଣା ଜାରି ହୋଇଛି। ଦିନ ୩ଟାରୁ ଭସାଣି ଶେଷ ହେବା ଯାଏ ଏହି କଟକଣା ବଳବତ୍ତର ରହିବ। ସହିଦ ନଗର ଭସାଣ ବେଳେ କୌଣସି ଯାନବାହନ ଭୁବନେଶ୍ୱର ବାଣୀବିହାର ପଟୁ ରୂପାଲି ଛକ ଆଡ଼କୁ ଯାଇପାରିବେ ନାହିଁ। ସେହି ଗାଡ଼ି ଗୁଡ଼ିକ ଆଚାର୍ଯ୍ୟ ବିହାର ଦେଇ ଯାଇପାରିବେ। ଜନପଥ ରାସ୍ତାରେ ଯାନବାହନ ମନା ରହିଛି। ନୟାପଲ୍ଲୀ ଭସାଣି ବେଳେ ସିଆରପି ପଟୁ ଗାଡ଼ି କଟକ ଆଡ଼କୁ ଯିବାକୁ ଚାହୁଁଥିବା ଯାନବାହନ ଗୁଡ଼ିକ ଏକାମ୍ର ପାର୍କ,ବିଜୁ ପଟ୍ଟନାୟକ କଲେଜ ରାସ୍ତା ଦେଇ ଜୟଦେବ ବିହାର ଯାଇପାରିବେ।

ସେହିପରି ଚନ୍ଦ୍ରଶେଖରପୁରରେ ଭସାଣ ବେଳେ କିଟ୍ ଛକ ପଟୁ ନାଲକୋ ଛକ ଆଡ଼କୁ କୌଣସି ଯାନବାହାନକୁ ଅନୁମତି ନାହିଁ। ଖୋର୍ଦ୍ଧା ପଟୁ ଆସୁଥିବା ଭାରି ଯାନ ଗୁଡ଼ିକ ଫାୟାର ଷ୍ଟେସନ୍ ଛକ ଠାରୁ ଫ୍ଲାଏ ଓଭର ବ୍ରିଜ ଦେଇ ଯାଇପାରିବେ।

durga puja 2024

ସେହିଭଳି କଟକରେ କଲେଜ ଛକଠାରୁ ବକ୍ସିବଜାର ଓ ତିନିକୋଣିଆ ବଗିଚା ଦେଇ ଚାନ୍ଦିନଚୌକ ଛକ ପର୍ଯ୍ୟନ୍ତ କୌଣସି ଯାନବାହନ ଯାତାୟତ କରିବ ନାହିଁ। ଚୌଧୁରୀବଜାର ଛକରୁ ପୂର୍ଣ୍ଣ ସାହୁ ଛକ, ଯାଁଳିଆପଟି ଓ ଫିରିଙ୍ଗି ବଜାର ଦେଇ ଦେବୀ ଗଡ଼ା ପର୍ଯ୍ୟନ୍ତ ଏବଂ କଟକ ଚଣ୍ଡୀ ଛକରୁ ଶେଖବଜାର ଓ ମହମ୍ମଦିଆ ବଜାର ରାସ୍ତାରେ ଚାନ୍ଦିନଚୌକ ଛକ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାରେ ଯାନବାହନ ଯାତାୟତ କରିପାରିବ ନାହିଁ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+