ସରିଲା ପୂଜା ବିଦାୟ ନେବେ ମା’; କଟକ ଓ ଭୁବନେଶ୍ବରରେ ଭସାଣି ପାଇଁ ବ୍ୟାପକ ପ୍ରସ୍ତୁତି

ଆଜି ଭସାଣି । ମେଲାଣି ନେବେ ମା'। କଟକ ଦୁର୍ଗାପୂଜା ଭସାଣି ଉପରେ ନଜର ରଖିବ ଡ୍ରୋନ। ଚଳିତ ବର୍ଷ ପ୍ରଥମଥର ପାଇଁ ଏପରି ବ୍ୟବସ୍ଥା କରିଛି କମିଶନରେଟ ପୋଲିସ। ଭସାଣି ରୁଟରେ ନଜର ରଖିବ ମୋଟ ୫ ଶହରୁ ଅଧିକ ସିସିଟିଭି କ୍ୟାମେରା।

ଏକାଧିକ କଣ୍ଟ୍ରୋଲ ରୁମ୍ ଜରିଆରେ ସିସି ଟିଭି ଗୁଡିକରୁ ମିଳୁଥିବା ଭିଜୁଆଲ ଉପରେ ନଜର ରଖିବ ପୋଲିସ । ସେହିପରି ପ୍ରଥମ ଥର ପାଇଁ 'CTC 60' ନାମରେ ଏକ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇଛି। ବିଶେଷ କରି ଶବ୍ଦ ପ୍ରଦୂଷଣ ବା ୬୦ ଡେଶିବଲରୁ ଅଧିକ ଶବ୍ଦ ପ୍ରଦୂଷଣ କରୁଥିବା ଶୋଭାଯାତ୍ରା ବିରୁଦ୍ଧରେ କଡା କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବ ଏହି "CTC 60" ପୋଲିସ ଟିମ୍ ।

durga Puja preparations for Bhasani in Cuttack and Bhubaneswar

ପୋଲିସ ପକ୍ଷରୁ ସାଉଣ୍ଡ ବାବଦରେ କୌଣସି ବ୍ୟତିକ୍ରମ ଦେଖା ଦେଲେ, ଗୋଟିଏ ଥର ପାଇଁ କୁହାଯିବ। ନ ମାନିଲେ ସମସ୍ତ ସାଉଣ୍ଡ ଯନ୍ତ୍ରାଂଶ ଜବତ୍ କରିବା ସହିତ ମାମଲା ରୁଜୁ କରିବ କମିଶନରେଟ ପୋଲିସ। ଭସାଣିରେ ସହରରେ ନିୟୋଜିତ ହେବେ ମୋଟ ୧୨୫ ପ୍ଲାଟୁନ ପୋଲିସ ଫୋର୍ସ। ଏହା ଭିତରୁ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମେଢ଼ ଗୁଡ଼ିକ ସହିତ ରହିବେ। ସହରର ବିଭିନ୍ନ ସ୍ଥାନରେ ମୋଟ ୬୦ଟି ଏଡ ପୋଷ୍ଟ ରହିବ । ଦେବୀଗଡା ନିକଟରେ ଓଡ୍ରାଫ୍ ଏବଂ ଅଗ୍ନିଶମ ବିଭାଗକୁ ସଜାଗ ରହିବାକୁ କୁହାଯାଇଛି। ସକାଳ ୮ ଟାରେ ନିଜ ନିଜ ଭସାଣି ଶୋଭାଯାତ୍ରା ବାହାର କରିବାକୁ ପୂଜା କମିଟିଗୁଡ଼ିକୁ ଅନୁରୋଧ କରାଯାଇଛି । ପ୍ରତିକୂଳ ପାଗକୁ ଦୃଷ୍ଟିରେ ରଖି ସମସ୍ତଙ୍କୁ ସହଯୋଗ କରିବାକୁ ଅପିଲ କରିଛି କମିଶନରେଟ୍ ପୁଲିସ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+