ଆଜି ମଣ୍ତପରେ ପବିତ୍ର ବିଜୟାଦଶମୀ , ଚାଲିଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି
Durgapuja 2023: ଆଜି ପବିତ୍ର ବିଜୟା ଦଶମୀ । ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ଅଧର୍ମ ଉପରେ ହେବ ଧର୍ମର ବିଜୟ । ମଣ୍ତପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା ଜଗତଜନନୀଙ୍କ ପୂଜା ।
ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ ଭାବ ଓ ଭକ୍ତିମୟ ପରିବେଶ ଦେଖିବାକୁ ମିଳୁଛି । ମାନ୍ୟତା ରହିଛି ଆଜିର ଦିନରେ ମାାଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ ।

ପୌରାଣିକ ମାନ୍ୟତା ରହିଛି ଯେ , ମିହଷାସୁରର ଅତ୍ୟାଚାରରେ ଦେବତାମାନେ ଯେତେବେବେଳେ ତ୍ରାହି ତ୍ରାହି ଡାକିଲେ ଏବଂ ପୃଥିବୀ ଭୟରେ ଥରହର ହେଉଥିଲା ସେହି ସମୟରେ ମହାଦେବ ଓ ଦେବଗଣଙ୍କ ତେଜ ରଶ୍ମିରୁ ଆର୍ବିଭୂତା ହୋଇଥିଲେ ମା' ଦୁର୍ଗତିନାଶିନୀ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ ।
ଶେଷରେ ଦେବୀ ସିଂହବାହିନୀ ମହିଷାସୁର ସହ ଯୁଦ୍ଧ କରିଥିଲେ । ଦେବୀ ଶୂଳଦ୍ବାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଡଦ୍ବାରା ଶିରଚ୍ଛେଦ କଲେ । ପାପୀ ମହିଷାସୁରକୁ ବଦ୍ଧ କରି ବ୍ରାହ୍ମଣ୍ଡରେ ଶାନ୍ତି ପ୍ରତିଷ୍ଠା କରିଥିଲେ ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications