ରାଜଧାନୀରେ ଗଡିଲା ଇ-ବସ ଓ ଇ-ରିକ୍ସା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ରାଜଧାନୀ ଭୁବନେଶ୍ବରରେ ଗଡିଲା ଇ-ବସ ଓ ଇ-ରିକ୍ସା । ବ୍ୟାଟେରୀ ଚାଳିତ ମୋ ବସ ଏବଂ ଅଟୋ ରିକ୍ସାକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏୟାରପୋର୍ଟ ରୋଡର ନବୀନ ନିବାସ ସାମ୍ନାରେ ଉଭୟ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଗଡିଲା ଇ-ବସ ଓ ଇ-ରିକ୍ସା । ବ୍ୟାଟେରୀ ଚାଳିତ ମୋ ବସ ଏବଂ ଅଟୋ ରିକ୍ସାକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏୟାରପୋର୍ଟ ରୋଡର ନବୀନ ନିବାସ ସାମ୍ନାରେ ଉଭୟ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ବାୟୁପ୍ରଦୂଷଣ ଏବଂ ଶବ୍ଦ ପ୍ରଦୂଷଣ ମୁକ୍ତ ହୋଇପାରିବ ।

ପ୍ରାଥମିକ ପର୍ଯ୍ୟାୟରେ ସହରରେ ୧୦ଟି ଇ-ବସ୍ ଚଳାଚଳ କରିବ । ଗତ ଦୁଇମାସ ତଳୁ ଭୁବନେଶ୍ବରରେ ଇ-ବସ୍ ପହଞ୍ଚି ସାରିଛି । ବସ ଚଳାଚଳ ପାଇଁ ସ୍ବତନ୍ତ୍ର କ୍ୟାପଟେନଙ୍କୁ ଚୟନ କରାଯାଇ ତାଲିମ ଦେବା ସହିତ ଏହାର ଟ୍ରାଏଲ ରନ୍ କରାଯାଇଛି । ବସରେ ବାଲିବସ୍ଥା ରଖାଯାଇ ଟ୍ରାଏଲ କରାଯାଇଛି । ବସରେ ଯାତ୍ରୀଙ୍କ ସଂଖ୍ୟା ୩୦ରେ ସୀମିତ ରହିବ । ସବୁ ବସ ଶୀତତାପ ନିୟନ୍ତ୍ରିତ । ପଟିଆ ଓ ଭଗବାନପୁରରେ ସ୍ଥାପିତ ଅତ୍ୟାଧୁନିକ ବସ ଡିପୋରେ ବସ ଗୁଡ଼ିକ ରହିବ ।

ମୋ ବସର ୪ଟି ରୁଟରେ ଚାଲିବ । ସମସ୍ତ ଇ- ବସରେ ଏସି ସୁବିଧା ସହିତ, ମହିଳା ଯାତ୍ରୀମାନଙ୍କ ପାଇଁ ଗୋଲାପୀ ରଙ୍ଗର ସଂରକ୍ଷିତ ସିଟ ରହିଛି । ଏଥିରେ ଗାଇଡ ଭାବେ ୫୦ ପ୍ରତିଶତ ମହିଳା ଏବଂ ମୋ ରାଇଡରେ ଶତ ପ୍ରତିଶତ ମହିଳା ଓ କିନ୍ନରଙ୍କୁ ସାରଥି ଭାବେ ନିଯୁକ୍ତି ଦିଆଯାଇଛି । ପ୍ରଥମ ଥର କ୍ରୁଟ ପକ୍ଷରୁ ମହିଳାମାନଙ୍କୁ ମୋ ବସ ଚାଳନା ପାଇଁ ସୁଯୋଗ ଦିଆଯାଇଛି ।













Click it and Unblock the Notifications