ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ଇକୋ ରିଟ୍ରିଟ୍, ଏହି ସବୁ ସ୍ଥାନରେ ଆରମ୍ଭ ହେଲା ଇକୋ ରିଟ୍ରିଟ୍
ଭୁବନେଶ୍ୱର: ପୁଣି ଆରମ୍ଭ ହେଲା ଇକୋ ରିଟ୍ରିଟ୍ । ପ୍ରକୃତି କୋଳରେ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବେ ପର୍ଯ୍ୟଟକ । ତା ସହ ଜଳ କ୍ରୀଡ଼ାର ନେବେ ମଜା । ସମୁଦ୍ର ବେଳା ବିସ୍ତୀର୍ଣ୍ଣ ବାଲୁକାରେ ଅତ୍ୟାଧୁନିକ କ୍ୟାମ୍ପ ସହ ମିଳିବ ଷ୍ଟାର୍ ହୋଟେଲର ସୁବିଧା ।
ଇକୋ ରିଟ୍ରିଟ୍ର ପଞ୍ଚମ ସଂସ୍କରଣ କୋଣାର୍କ,ସୋନାପୁର ଓ ଭିତରକନିକାଠାରେ ଉଦ୍ଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍ରେ ଉଦ୍ଘାଟନ କରିଛନ୍ତି । କ୍ରମାଗତ ଭାବରେ ସଫଳତାର ସହିତ ଚାରୋଟି ସଂସ୍କରଣର ଆୟୋଜନ କରିଛି ପର୍ଯ୍ୟଟନ ବିଭାଗ ।

ଓଡିଶା ସରକାରଙ୍କ ଫ୍ଲାଗସିପ୍ ଇକୋ ରିଟ୍ରିଟ୍ ଏହାର ପରିବେଶ ନିରନ୍ତର ମଡେଲ ପାଇଁ ପର୍ଯ୍ୟଟନ ତଥା ପର୍ଯ୍ୟଟକ ଭ୍ରାତୃଭାବ ଦ୍ୱାରା ବହୁ ପ୍ରଶଂସା କରାଯାଇଛି । ଯାହା ପର୍ଯ୍ୟଟକମାନଙ୍କୁ ଅଧିକ ପରିଶୋଧିତ ଅବକାଶ ତଥା ଆତିଥ୍ୟ ପ୍ରଦାନ କରିଥାଏ । ଚଳିତ ବର୍ଷ ଇକୋ ରିଟ୍ରିଟ ପର୍ଯ୍ୟଟକଙ୍କ ପାଇଁ ଓଡିଶାର ପର୍ଯ୍ୟଟନ ତଥା ଆତିଥ୍ୟର ସର୍ବୋତ୍ତମ ସ୍ଥାନ ଗ୍ରହଣ କରିବ ବୋଲି ଆଶା କରାଯାଇଛି ।
ପୂର୍ବରୁ ନଭେମ୍ବର 1 ରୁ ଦାରିଙ୍ଗବାଡ଼ି, ହୀରାକୁଦ, ସାତକୋଶିଆ ଆଦି ସ୍ଥାନରେ ଇକୋ ରିଟ୍ରିଟ୍ ଚାଲୁଥିବାବେଳେ ଶୁକ୍ରବାର କୋଣାର୍କ ଉତ୍ସବ ଅବସରରେ ଇକୋ ରିଟ୍ରିଟ୍ ଉଦ୍ଘାଟିତ ହୋଇଛି । ଉଦ୍ଘାଟନୀ କାର୍ଯ୍ୟକ୍ରମରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର, ରାଜ୍ୟ କ୍ରୀଡ଼ା ଓ ଗୃହରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା, କୋଣାର୍କ ଏନ୍ଏସି ଅଧ୍ୟକ୍ଷା ସଂଯୁକ୍ତା ତ୍ରିପାଠୀ, ପର୍ଯ୍ୟଟନ ନିର୍ଦେଶକ ସଚିନ୍ ରାମଚନ୍ଦ୍ର ଯାଦବଙ୍କ ସମେତ ପର୍ଯ୍ୟଟନ ବିଭାଗର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ । ଚଳିତ ବର୍ଷ କୋଣାର୍କରେ 70ଟି ତମ୍ବୁ ଘର ପ୍ରସ୍ତୁତ କରାଯାଇଥିବାବେଳେ ପର୍ଯ୍ୟଟକଙ୍କ ଆମୋଦପ୍ରମୋଦ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।
ଏଥିରେ ପର୍ଯ୍ୟଟକମାନଙ୍କ ଲାଗି ସମସ୍ତ ପ୍ରକାର ସୁବିଧା ବେଳାଭୂମି ଓ ପ୍ରାକୃତିକ ଶୋଭାରାଜିରେ ଭରପୂର ପରିବେଶରେ କଟେଜ୍, ଓ୍ବାଟର ରାଇଡସ୍, ଜେଟ୍ ସ୍କି, ବନାନା ରାଇଡ଼, ବୋଟିଂ ଆଦିରେ ମଧ୍ୟ ଫଟୋ ସୁଟ୍ କରିବାର ସୁଯୋଗ ମିଳିବ । ଏହାସହ ଜଙ୍ଗଲ ସଫାରୀ, ରୋପଓ୍ୱେ ରାଇଡ଼କୁ ମଧ୍ୟ ଏଥିପାଇଁ ବ୍ୟବହାର କରିପାରିବେ ପର୍ଯ୍ୟଟକ । ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଆଗ୍ରହ ସୃଷ୍ଟି ହୋଇଥିବା ବେଳେ ଇକୋ ରିଟ୍ରିଟ୍ ଓ୍ବେବସାଇଟ୍କୁ ଯାଇ ଯେକୌଣସି ବ୍ୟକ୍ତି ବୁକିଂ କରିପାରିବେ । ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଇକୋ ରିଟ୍ରିଟ୍ର ୱେବସାଇଟ୍ bookodisha.com ଓ odishaecoretrets.com ବୁକିଂ ଜାରି ରହିଛି । ରାଜ୍ୟ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ହୋଇଥିବା ଏ ଉଦ୍ୟମରେ ପର୍ଯ୍ୟଟକମାନଙ୍କ ଲାଗି ସମସ୍ତ ପ୍ରକାରର ସୁବିଧା ଉପଲବ୍ଧ ରହିଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications