ଆଜି ଆସିବ ଅର୍ଥନୈତିକ ସର୍ଭେ ରିପୋର୍ଟ, ଅପରାହ୍ନରେ ଗୃହରେ ବିବୃତି ରଖିବେ ମୁଖ୍ୟମନ୍ତ୍ରୀ

୨୦ରେ ରାଜ୍ୟ ବଜେଟ୍। ଆଜି ଗୃହରେ ଉପସ୍ଥାପନ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ। ବଜେଟ ଅଧିବେଶନର ତୃତୀୟ ଦିନରେ ଆଜି ବି ବେଶ ସରଗରମ ରହିବ ଗୃହ । ତୃତୀୟ ଦିନରେ ମଧ୍ୟ ଚାଷୀ ପ୍ରସଙ୍ଗକୁ ନେଇ ଗୃହ ହୁଲସ୍ତୁଲ କରିବେ ବିରୋଧୀ। ରାଜ୍ୟରେ ଧାନ କିଣା ଅବ୍ୟବସ୍ଥା, ମଣ୍ଡି ସମସ୍ୟା, କଟନି ଛଟମି ପ୍ରସଙ୍ଗକୁ ବିରୋଧୀ ଉଠାଇ ପାରନ୍ତି।

Economic Survey report

ଯଦି ଗୃହ ସ୍ବାଭାବିକ ହୁଏ ତେବେ ପ୍ରଶ୍ନକାଳରେ ଜଳ ସମ୍ପଦ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ଯୋଜନା ଓ ସଂଯୋଜନା, ଇସ୍ପାତ ଓ ଖଣି, ସୂଚନା ଓ ଲୋକସମ୍ପର୍କ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରହିଛି। ଶୂନ୍ୟକାଳରେ ଉଭୟ ବିରୋଧୀ ଓ ଶାସକ ଦଳର ସଦସ୍ୟମାନେ ଗୃହରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇ ପାରନ୍ତି । ସେହିପରି ଅପରାହ୍ନ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଗୃହରେ ବିବୃତି ରଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+