ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି ମାମଲା, ପ୍ରୟାସକାନ୍ତିଙ୍କୁ 18 ଘଣ୍ଟା ମାରାଥନ ଜେରା
ଭୁବନେଶ୍ୱର: ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି ମାମଲା ବଢ଼ିବାରେ ଲାଗିଛି ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ଓ ପୁଅ ପ୍ରୟାସକାନ୍ତିଙ୍କ ଅଡ଼ୁଆ । ପ୍ରୟାସକାନ୍ତିଙ୍କୁ ଗତକାଲି 18 ଘଣ୍ଟା ଜେରା କରିଛି ଇଡି । ରାତି ସାଢେ 4 ଟାରେ ସେ ଇଡି କାର୍ଯ୍ୟାଳୟରୁ ବାହାରିଥିଲେ ।
ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି ମାମଲା ରେ ପ୍ରୟାସକାନ୍ତି ଗତକାଲି ଦିନ 10 ଟାରେ ଇଡି ଅଫିସରେ ହାଜର ହୋଇଥିଲେ । ଏହା ପରେ ତାଙ୍କୁ ଜେରା କରାଯାଇଥିଲା । ରାତି ସାରା ଇଡିର ତିନୋଟି ଟିମ୍ ଗୁଡ଼ାଇ ତୁଡ଼ାଇ ପ୍ରଶ୍ନ କରିଥିଲେ । ଏହା ସହ ତାଙ୍କ ମୋବାଇଲରୁ ତଥ୍ୟ ଖୋଜୁଛି ଇଡି । ଏପରିକି ଡିଲିଟ୍ ହୋଇଥିବା ତଥ୍ୟ ରିକଭରୀ କରୁଛି ଇଡୁର ସାଇବର ଏକ୍ସପର୍ଟ ଟିମ୍ ।

ଏହା ପୂର୍ବରୁ ଏହି ମାମଲାରେ ବାପା ପ୍ରଫୁଲ୍ଲ ସାମଲଙ୍କୁ ମଧ୍ୟ ଇଡି ଜେରା କରିଥିଲା । ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି ନେଇ ଅଭିଯୋଗ ହୋଇଛି ।
ଏହାପୂର୍ବରୁ ପ୍ରଫୁଲ୍ଲ ସାମଲଙ୍କ ଭଦ୍ରକ ନୂଆବଜାର ସ୍ଥିତ ବାସଭବନରେ ଇଡିର 6 ଜଣିଆ ଟିମ୍ ଚଢ଼ାଉ କରିଥିଲା । ଭଦ୍ରକ ସହରର 6 ଟି ସ୍ଥାନରେ ଓ ଭୁବନେଶ୍ୱରର 4ଟି ସ୍ଥାନରେ ଇଡି ରେଡ୍ କରିଥିଲା । ସେଥି ମଧ୍ୟରେ ଭୁବନେଶ୍ୱରର ପଳାସପଲ୍ଲୀରେ ଥିବା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କ ଘରେ ବି ରେଡ ହୋଇଥିଲା ।
ଚଢ଼ାଉ ବେଳେ ଇଡି ଟିମ୍ ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତିଙ୍କ ଭୁବନେଶ୍ୱରର ପଳାଶପଲ୍ଲୀ ଘରୁ 10 ଲକ୍ଷ ଟଙ୍କା ସହ ଏକ ଫର୍ଚ୍ୟୁନର କାର୍ ଜବତ କରିଥିଲା । ଉକ୍ତ ଗାଡ଼ିଟି ପ୍ରୟାସକାନ୍ତି ଚଲାଉଥିବା ବେଳେ ତାହା ତୃଷ୍ଣା ସ୍କାଏ ସ୍କ୍ରାପର ଲିମିଟେଡ ନାମକ ବିଲଡର ସଂସ୍ଥା ନାଁରେ ଥିବା ସୂଚନା ମିଳିଥିଲା ।
ବରପଦା ଇଞ୍ଜିନିୟରିଂ କଲେଜ ନାଁରେ ଏକ ସୋସାଇଟି ହୋଇଥିବା ବେଳେ ସେଥିରେ ହୋଇଥିବା ଦୁର୍ନୀତିରେ ପ୍ରୟାସକାନ୍ତି ସାମିଲ ଥିବା ଅଭିଯୋଗ ହୋଇଥିଲା । କଲେଜ କର୍ମଚାରୀମାନେ ଦରମା ପାଉ ନ ଥିବା ବେଳେ ଉକ୍ତ ଟଙ୍କାରେ ପ୍ରୟାସକାନ୍ତି ଦାମୀ ଗାଡ଼ି ଚଢ଼ୁଥିବା କର୍ମଚାରୀମାନେ ଅଭିଯୋଗ କରିଥିଲେ । ଏହାପରେ ଇଡି ଏହି ଘଟଣାର ଖୋଳତାଡ଼ ଆରମ୍ଭ କରିଥିଲା ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications