ଏକାମ୍ର ପ୍ରକଳ୍ପ ପାଇଁ ଭୂମିପୂଜନ ଆରମ୍ଭ, ୨୮ ତାରିଖରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏକାମ୍ର ପ୍ରକଳ୍ପ ପାଇଁ ଆଜିଠାରୁ ଆରମ୍ଭ ହୋଇଛି ଭୂମି ପୂଜନ। ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ଏହି ପ୍ରକଳ୍ପ ପାଇଁ ତିନିଦିନ ପୂଜା ଚାଲିବ । ଆସନ୍ତା ୨୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିବେ ।

ଆସନ୍ତାକାଲି ଯଜ୍ଞରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଯୋଗଦେବେ । ପ୍ରକଳ୍ପ ଭୂମି ପୂଜନ ପାଇଁ ଆଲୋକମାଳାରେ ସଜ୍ଜିତ ହୋଇଛି ଲିଙ୍ଗରାଜ ମନ୍ଦିର, ଅନନ୍ତ ବାସୁଦେବ ମନ୍ଦିର, ମୁକ୍ତେଶ୍ବର ଓ ଅନ୍ୟାନ୍ୟ ମନ୍ଦିର ।

EKAMRA Prakalpa Bhumi Pujan

ଶ୍ରୀଲିଙ୍ଗରାଜ ମନ୍ଦିରରେ ପ୍ରସ୍ତୁତ ହୋଇଛି ବିରାଟ ଯଜ୍ଞସ୍ଥଳୀ । ସନ୍ଧ୍ୟାରେ ଅଙ୍କୁର ରୋପଣ ପରେ ରାତି ୧୧ଟାରେ ମଣ୍ଡଳକରଣ । ମଙ୍ଗଳବାର ଭୋର୍ ୪ଟାରୁ ଜଳାଧିବାସ, ୬ଟା ୩୦ରେ ମନ୍ଦିର ଓ ଯଜ୍ଞବେଦୀ ପ୍ରଦକ୍ଷିଣ କରାଯିବ । ଏହା ପରେ ଘଟ ଓ ଦୀପ ସ୍ଥାପନ, ଗୁରୁ ପୂଜନ, ପଞ୍ଚାମୃତ, ପଞ୍ଚଗବ୍ୟ ଶୋଧନ କରାଯାଇ ସୂର୍ଯ୍ୟ ପୂଜା ସହ ଆରମ୍ଭ ହେବ ଯଜ୍ଞ । ଆସନ୍ତା ତିନିଦିନ ଧରି ବିଏମସି ମାର୍କେଟ କମ୍ପ୍ଲେକ୍ସରେ ସ୍କାଏ ପ୍ରୋଜେକ୍ସନ, ଆଲୋକ ଓ ଶବ୍ଦ ପ୍ରଦର୍ଶନ ସହ ନୃତ୍ୟ ଆୟୋଜନ କରାଯାଇଛି ।

ପ୍ରୋଜେକ୍ଟ ମଡେଲ ଓ ସୂଚନା ପ୍ରଦର୍ଶନୀ ଜରିଆରେ ଏକାମ୍ର କ୍ଷେତ୍ରର ବିକାଶ ସମ୍ପର୍କରେ ପର୍ଯ୍ୟଟକଙ୍କୁ ଅବଗତ କରାଯାଉଛି । ଜୁନ୍ ୨୭ ଓ ୨୮ରେ ହରିହରନ, ଅନନ୍ତ ସୁବ୍ରମଣି, ଅଭିଲିପସା ପଣ୍ଡା, ଆନନ୍ଦ ନନ୍ଦ, ନୀଳାଦ୍ରି କୁମାରଙ୍କ ପରି ଦେଶର ନାମୀଦାମୀ କଳାକାର ସନ୍ଧ୍ୟା ୫ଟା ୩୦ରୁ ରାତି ୧୦ଟା ଯାଏ ଭଜନ ପରିବେଷଣ କରିବେ । କାର୍ଯ୍ୟକ୍ରମ ପାଇଁ ଏକାମ୍ରବାସୀଙ୍କ ସହଯୋଗରେ ପ୍ରଶାସନ ପକ୍ଷରୁ ଲିଙ୍ଗରାଜ ନଗରୀକୁ ପ୍ଲାଷ୍ଟିକମୁକ୍ତ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+