ନିର୍ବାଚନ ପୂର୍ବରୁ 2 ଏସପିଙ୍କୁ ନିଯୁକ୍ତ କଲେ ନିର୍ବାଚନ କମିଶନର
ଭୁବନେଶ୍ୱର: -

ଆଉ ଅବଶିଷ୍ଟ 2 ଜିଲ୍ଲାପାଳ, 3 ଏସ୍ପି ଓ କେନ୍ଦ୍ରାଞ୍ଚଳ ରେଞ୍ଜ ପୁଲିସ୍ ଆଇଜି ପଦବୀ ଫାଙ୍କା ଥିବା ବେଳେ ଉକ୍ତ ପଦବୀରେ ଖୁବ୍ ଶୀଘ୍ର ନିଯୁକ୍ତି ହେବ ବୋଲି ଜଣାଯାଇଛି । କିଛି ଦିନ ପୂର୍ବେ କେନ୍ଦ୍ରାଞ୍ଚଳ ପୁଲିସ ଆଇଜି 2004 ବ୍ୟାଚ୍ ଆଇପିଏସ୍ ଆଶୀଷ କୁମାର ସିଂଙ୍କ ସମେତ କଟକ ଡିସିପି କନୱର ବିଶାଳ ସିଂ, ରାଉରକେଲା ପୋଲିସ ଏସପି ମିତ୍ରଭାନୁ ମହାପାତ୍ର, ଖୋର୍ଦ୍ଧା ଏସପି ଯୁଗଳ କିଶୋର ବାନୋଥ, ବ୍ରହ୍ମପୁର ପୁଲିସ ଏସପି ସର୍ଭଣା ବିବେକ ଏମ୍ , ଅନୁଗୁଳ ଏସପି ସୁଧାଂଶୁ ଶେଖର ମିଶ୍ରଙ୍କୁ ବଦଳି କରାଯାଇଥିଲା ।
ଏହି ଆଇପିଏସଙ୍କ ବ୍ୟତୀତ କଟକ ଜିଲ୍ଲାପାଳ ଭିନିତ୍ ଭରଦ୍ୱାଜ ଏବଂ ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟ୍ଟୱାରିଙ୍କୁ ମଧ୍ୟ ନିର୍ବାଚନ କାର୍ଯ୍ୟରୁ ଦୂରେଇ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ ନିର୍ବାଚନ କମିଶନ । ସେମାନଙ୍କ ବିଶ୍ୱସନୀୟତା ଉପରେ ସନ୍ଦେହ ବ୍ୟକ୍ତ କରି ନିର୍ବାଚନ କମିଶନ ସେମାନଙ୍କୁ ତତ୍କାଳ ନିର୍ବାଚନ ସଂକ୍ରାନ୍ତ କାର୍ଯ୍ୟରୁ ବିରତ ରଖିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ । ଏବେ ସେହି ସବୁ ପଦବୀରେ ଅନ୍ୟ ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଉଛି ।












Click it and Unblock the Notifications