ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସମୀକ୍ଷା ବୈଠକ କଲେ ନିର୍ବାଚନ ଆୟୋଗ
ଭୁବନେଶ୍ୱର:ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଓ ନିର୍ବାଚନ ପ୍ରସ୍ତୁତି ସଂପର୍କରେ ଭାରତ ନିର୍ବାଚନ ଆୟୋଗଙ୍କ ବରିଷ୍ଠ ଉପନିର୍ବାଚନ କମିଶନର ଶ୍ରୀ ଧର୍ମେନ୍ଦ୍ର ଶର୍ମା ଓ ଶ୍ରୀ ନୀତେଶ କୁମାର ବ୍ୟାସ (ଭା.ପ୍ର.ସେ) ରାଜ୍ୟର ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳଙ୍କ ସହ ଭୁବନେଶ୍ୱରସ୍ଥ ଖାରବେଳ ଭବନ ସମ୍ମିଳନୀ କକ୍ଷରେ ଦୁଇଦିନ ଧରି ସମୀକ୍ଷା ବୈଠକ କରାଇଥିଲେ ।
ମୁଖ୍ୟ ନିର୍ବାଚନ ଅଧୂକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ବରିଷ୍ଠ ଉପନିର୍ବାଚନ କମିଶନରମାନଙ୍କୁ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଓ ଆଗାମୀ ଦିନରେ ହେବାକୁ ଥିବା ସାଧାରଣ ନିର୍ବାଚନର ପ୍ରସ୍ତୁତିର ଅଗ୍ରଗତି ସଂପର୍କରେ ସଂକ୍ଷେପରେ ପ୍ରକାଶ କରିଥିଲେ ।
ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧୁକାରୀମାନେ ସଂପୂର୍ଣ୍ଣ ଭାବେ ଭୋଟର ତାଲିକାର ସଂଶୋଧନ କାର୍ଯ୍ୟ ଓ ନିର୍ବାଚନ ପ୍ରସ୍ତୁତି ସ୍ଥିତି ସଂପର୍କରେ ପିପିଟି ମାଧ୍ଯମରେ ଦର୍ଶାଇଥିଲେ । ନିର୍ବାଚନ ଆୟୋଗଙ୍କ ବରିଷ୍ଠ ଉପନିର୍ବାଚନ କମିଶନର ଦ୍ୱୟ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ତାଲିକାରେ ଯୋଗଦେବା ନିମନ୍ତେ ଫର୍ମ, ତାଲିକାରୁ ବାଦ ଓ ତାଲିକାରୁ ତ୍ରୁଟି ସଂଶୋଧନ ନିମନ୍ତେ ଥିବା ବାକିଆ ଫର୍ମଗୁଡ଼ିକୁ ଯଥାଶୀଘ୍ର ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ ।
ଏମାନଙ୍କ ବ୍ୟତିତ ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ ମହିଳା, ଯୁବ, ବରିଷ୍ଠ, ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗ ଏବଂ ପ୍ରାଚୀନ ଜନଜାତି ଗୋଷ୍ଠୀ (ପି.ଭି.ଟି.ଜି) ନିର୍ବାଚକମାନଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି । ଭୋଟର ତାଲିକାର ଶୁଦ୍ଧତା ଦୃଷ୍ଟିରୁ ସତର୍କତାର ସହ କଷ୍ଟସାଧ୍ୟ କ୍ଷେତ୍ର ପରିଦର୍ଶନ ସହ ଭୋଟର ତାଲିକା ପରୀକ୍ଷା କରି ଯୋଗ୍ୟ ଭୋଟରଙ୍କୁ ତାଲିକାଭୁକ୍ତ ଓ ଅଯୋଗ୍ୟ ଭୋଟରଙ୍କୁ ତାଲିକାରୁ ବାଦ୍ ଦେବା ଉପରେ ଗୁରୁତ୍ୱାରୋପ କରିଛନ୍ତି ।
ନିର୍ବାଚନ ସମୟରେ ଚୋରାରେ କାରବାର ହେଉଥିବା ଟଙ୍କା, ମଦ, ନିଶାଦ୍ରବ୍ୟ ଚାଲାଣ ହେଉଥିବା ବାଟଗୁଡ଼ିକୁ ଚିହ୍ନଟ କରିବା ପାଇଁ ସମୀକ୍ଷା ବୈଠକରେ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଓ ସେହିସବୁ ସ୍ଥାନଗୁଡ଼ିକରେ ଜବତକାରୀ ଦଳମାନଙ୍କୁ ମୁତୟନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଫଳରେ ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା କାର୍ଯ୍ୟ ହୋଇପାରିବ । ରାଜନୈତିକ ଦଳ ଓ ହିତାଧିକାରୀଙ୍କ ମତାମତକୁ ପ୍ରାଧାନ୍ୟ ଦିଆଯିବ ବୋଲି ନିର୍ବାଚନ ଆୟୋଗଙ୍କ ବରିଷ୍ଠ ଉପନିର୍ବାଚନ କମିଶନର ଦ୍ୱୟ ସମୀକ୍ଷା ବୈଠକରେ ପ୍ରକାଶ କରିଛନ୍ତି ।

ଶେଷରେ ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତିଶୃଙ୍ଖଳା, ଅବାଧ ଓ ମୁକ୍ତ ଭାବେ ପରିଚାଳନା କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ଦୁଇଦିନିଆ ସମୀକ୍ଷା ବୈଠକରେ ଅତିରିକ୍ତ ଡିଜି ପୋଲିସ (ଆଇନଶୃଙ୍ଖଳା) ଶ୍ରୀ ସଂଜୟ କୁମାର (ଭା.ପୋ.ସେ) ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications