ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଚାରି ସଂସଦୀୟ କ୍ଷେତ୍ରର ନିର୍ବାଚନ ସମୀକ୍ଷା

ଭୁବନେଶ୍ଵର:ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ସମ୍ବଲପୁରଠାରେ ସମ୍ବଲପୁର, ବରଗଡ଼, ଢେଙ୍କାନାଳ ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରୀଛନ୍ତି । ସମ୍ବଲପୁର ମୁନିସିପାଲ କର୍ପୋରେସନ୍‌ର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ପ୍ରସ୍ତୁତି ସମୀକ୍ଷା ବୈଠକରେ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ, ଆରକ୍ଷୀ ଅଧୀକ୍ଷକ ଓ ରିଟଣ୍ଡିଂ ଅଫିସରମାନେ ଯୋଗଦେଇ ନିର୍ବାଚନ ପ୍ରସ୍ତୁତି ନେଇ ସବିଶେଷ ତ‌ଥ୍ୟ ରଖୁଥିଲେ ।

ସମୀକ୍ଷା ବୈଠକର ପ୍ରଥମ ସଂପାନରେ ମୁଖ୍ୟ ନିର୍ବାଚନ ଅଧିକାରୀ ଚାରି ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ୭ଟି ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ, ସମସ୍ତ ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳମାନଙ୍କ ସହ ବିସ୍ତୃତ ଭାବରେ ନିର୍ବାଚନ ପ୍ରସ୍ତୁତି ବିଷୟରେ ଆଲୋଚନା କରିଥିଲେ । ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ପିପିଟି ପ୍ରେଜେଣ୍ଟେସନ୍ ମାଧ୍ଯମରେ ନିଜ ନିଜ ଜିଲ୍ଲାର ନିର୍ବାଚନ ପ୍ରସ୍ତୁତିର ସବିଶେଷ ତଥ୍ୟ ରଖୁଥିଲେ ।

ମୁଖ୍ୟ ନିର୍ବାଚନ ଅଧିକାରୀ ଏହି ସମସ୍ତ ତଥ୍ୟ ବାବଦରେ ଅବଗତ ହେବା ସହ ପ୍ରସ୍ତୁତିର ବିଭିନ୍ନ ଦିଗ ଓ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ମଧ୍ୟରେ ସଫଳ ନିର୍ବାଚନ ପରିଚାଳନା ପାଇଁ ଆବଶ୍ୟକୀୟ ସମସ୍ତ ପଦକ୍ଷେପ ବିଷୟରେ ଚର୍ଚ୍ଚା କରିଥିଲେ । ଏହା ସହିତ ଶ୍ରୀ ଧଳ ସି-ଭିଜିଲ୍, ସୁବିଧା ପୋର୍ଟାଲ, ଏନ୍‌କର ନୋଡାଲ ଆଦି ଆପ୍ ଦ୍ଵାରା ନିର୍ବାଚନ ପରିଚାଳନା କିପରି ସହଜ ଭାବରେ ହେବ ତାହା ଆଲୋଚନା କରିଥିଲେ । ନକ୍ସଲ ପ୍ରଭାବିତ ଅଞ୍ଚଳ, ପୋଷ୍ଟାଲ ବାଲାଟ୍, ନିର୍ବାଚନ ଆଚରଣ ବିଧା ବିଷୟରେ ସବିଶେଷ ଆଲୋଚନା କରି 'ମତଦାତା'ମାନଙ୍କୁ କେନ୍ଦ୍ରରେ ରଖ୍ ନିର୍ବାଚନ ପରିଚାଳନା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ନିର୍ବାଚନକୁ ଦେଶର ସର୍ବବୃହତ୍ ପର୍ବ ରୂପେ ପାଳନ କରି ଅଧିକରୁ ଅଧିକ ଭୋଟର ଯେପରି ମତଦାନ କରିବେ ସେ ଉପରେ ବିଶେଷ ଆଲୋଚନା ହୋଇଥିଲା । ବରିଷ୍ଠ ନାଗରିକ, ଭିନ୍ନକ୍ଷମ, ମହିଳା, ଯୁବ ଭୋଟରମାନଙ୍କ ପ୍ରତି ବିଶେଷ ଧ୍ୟାନ ଦେବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ମତଦାତା ମାର୍ଗଦର୍ଶିକାକୁ ମତଦାନର ନିମନ୍ତ୍ରଣ ପତ୍ର ଭାବରେ ପ୍ରତି ପରିବାରକୁ ପହଞ୍ଚାଇ ଏକ ଜାତୀୟ ଉତ୍ସବ ପରି ନିର୍ବାଚନକୁ ପାଳନ କରିବା ପାଇଁ ଶ୍ରୀ ଧଳ ପରାମର୍ଶ ଦେଇଥିଲେ ।

Election Review by Chief Electoral Officer

ଦ୍ଵିତୀୟ ସଂପାନରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ଏହି ସମସ୍ତ ଜିଲ୍ଲାର ଆଇନଶୃଙ୍ଖଳା ପରିସ୍ଥିତି ବିଷୟରେ ସମୀକ୍ଷା କରିଥିଲେ । ଏହି ସମୀକ୍ଷା ବୈଠକରେ ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀ ତଥା ଏ.ଡି.ଜି ଶ୍ରୀ ସଂଜୟ କୁମାର ସିଂ ଆଭାସୀ ମାଧ୍ୟମରେ ସାମିଲ ହୋଇ ନର୍ବାଚନ ପ୍ରସ୍ତୁତି ଓ ଆଇନଶୃଙ୍ଖଳା ପରିସ୍ଥିତି ବିଷୟରେ ପ୍ରାରମ୍ଭିକ ସୂଚନା ଦେଇଥିଲେ । ନିର୍ବାଚନ ଆଚରଣ ବିଧୂର ଉଚିତ ଅନୁପାଳନ ପାଇଁ ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ, ବିଭିନ୍ନ ପ୍ରବର୍ତ୍ତନ ବିଭାଗ ଯଥା-ଅବକାରୀ, ଜିଏସ୍‌ଟି, ପରିବହନ ଓ ଜଙ୍ଗଲ ବିଭାଗ ସମନ୍ବିତ ଭାବେ କାର୍ଯ୍ୟ କରିବାକୁ ଶ୍ରୀ ଧଳ ନିର୍ଦ୍ଦେଶ ଦେଇଥିଲେ ।

ପ୍ରେସ୍ ବାର୍ଷା ମାଧ୍ୟମରେ ମୁଖ୍ୟ ନିର୍ବାଚନ ଅଧିକାରୀ ଏହି ସମୀକ୍ଷାର ବିଭିନ୍ନ ଦିଗ ଉପରେ ମତ ରଖୁଥିଲେ । କିଭଳି ଭାବରେ ବିଭିନ୍ନ ବ୍ଲୁଥ୍ରେ ସୁରକ୍ଷା, ମତଦାତାଙ୍କ ସୁବିଧା ପାଇଁ ଭୋଟିଂ ସମୟ, ବୁଥ୍ରେ ପାନୀୟ ଜଳ, ଛାଇ ଓ ଅନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ ତାହା ଆଲୋଚନା ହୋଇଥିଲା । ଏହି ୭ଟି ଜିଲ୍ଲାରେ ମୁକ୍ତ, ଅବାଧ, ନିରପେକ୍ଷ ଓ ସମସ୍ତଙ୍କ ଅଂଶଗ୍ରହଣ ଦ୍ଵାରା ନିର୍ବାଚନ ସୁପରିଚାଳନା ହେଉଛି ବୋଲି ଶ୍ରୀ ଧଳ ମତ ରଖୁଥିଲେ ।

ଉଭୟ ସଂପାନର ସମୀକ୍ଷାରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧୁକାରୀ ଡକ୍ଟର ଏନ୍. ତିରୁମାଲା ନାୟକ ଓ ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ସାହୁ ଉପସ୍ଥିତ ରହି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ସମୀକ୍ଷା କରିଥିଲେ । ଏହି ବୈଠକରେ ଉତ୍ତରାଞ୍ଚଳ ଆର୍‌ଡିସି ଶ୍ରୀ ଶ୍ରୀକାନ୍ତ ପୃଷ୍ଟି, ଉତ୍ତରାଞ୍ଚଳ ଆଇଜି ଶ୍ରୀ ହିମାଂଶୁ ଲାଲ, ଉତ୍ତର- କେନ୍ଦ୍ରାଞ୍ଚଳ ଆଇଜି ଶ୍ରୀ ସତ୍ୟବ୍ରତ ଭୋଇ,

ପଶ୍ଚିମାଞ୍ଚଳ ଡିଆଇଜି ଶ୍ରୀ ନିତିଶେଖର, ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ଅଗ୍ରୱାଲ ଅକ୍ଷୟ ସୁନୀଲ, ବରଗଡ଼ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ, ଝାରସୁଗୁଡ଼ା ଜିଲ୍ଲାପାଳ ଶ୍ରୀମତୀ ଆବୋଲି ସୁନୀଲ ନରାୱନେ, ଢେଙ୍କାନାଳ ଜିଲ୍ଲାପାଳ ଶ୍ରୀ ଅମୃତ ଋତୁରାଜ, ଅନୁଗୋଳ ଜିଲ୍ଲାପାଳ ଶ୍ରୀ ଅବଦଲ୍ ଏମ୍. ଅଖତର, ଦେବଗଡ଼ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ, ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀ ଗାୱଲି ପରାଗ ହର୍ଷଦ ଯୋଗଦେଇଥିଲେ ।

ଅଇନଶୃଙ୍ଖଳା ସମୀକ୍ଷା ବୈଠକରେ ସମସ୍ତ ଜିଲ୍ଲାର ଆରକ୍ଷୀ ଅଧୀକ୍ଷକ ଶ୍ରୀ ମୁକେଶ ଭାମୁ (ସମ୍ବଲପୁର), ଶ୍ରୀ ପି.ଏସ୍. ମୀନା (ବରଗଡ଼), ଶ୍ରୀ ମଡ଼କର ସନ୍ଦୀପ ସମ୍ପଦ (ଢେଙ୍କାନାଳ), ଶ୍ରୀମତୀ ଅନୁପମା ଜେମ୍‌ସ (ଦେବଗଡ଼), ଶ୍ରୀ ପି.ଏସ୍. ପୁରୁଷୋତ୍ତମ ବାସ (ଝାରସୁଗୁଡ଼ା) ଯୋଗଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+