ନଭେମ୍ବର ୧୪ ଓ ୧୫ରେ ରାଜ୍ୟରେ ହେବ ହାତୀ ଗଣନା

ରାଜ୍ୟରେ ହାତୀ ମୃତ୍ୟୁ ତଦନ୍ତ ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦଙ୍କ ପ୍ରତିକ୍ରିୟା। ଓଡ଼ିଶାରେ ହାତୀଙ୍କ ପାଇଁ ଜାଗା ଅଭାବ। ଯେତିକି ହାତୀ ରହି ପାରିବା କଥା ତାହାଠୁ ୪୦୦ ଅଧିକ ଅଛନ୍ତି।

Elephant census

ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି ଯେ, ବାଙ୍ଗାଲୋରସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସେସର ଏଲିଫ୍ୟାଣ୍ଟ ସେଣ୍ଟର ଷ୍ଟଡି ଅନୁସାରେ, ଓଡ଼ିଶା ଜଙ୍ଗଲରେ ସର୍ବାଧିକ ୧୭୦୦ ହାତୀ ରହିପାରିବେ। କିନ୍ତୁ ଏବେ ୪୦୦ ହାତୀ ଅଧିକ ଅର୍ଥାତ୍ ୨୧ ଶହ ହାତୀ ଅଛନ୍ତି । ସେଇଥିପାଇଁ ଖାଦ୍ୟ ଅନ୍ୱେଷଣ ରେ ଜନବସତିମୁହାଁ ହେଉଛନ୍ତି ହାତୀ । ହାତୀ- ମଣିଷ ଲଢ଼େଇ ବଢ଼ୁଛି । ଖାଦ୍ୟ ଅଭାବରୁ ହାତୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବି କମୁଛି । ଛୁଆ ହାତୀ, ରୋଗିଣା ହାତୀ ଅଧିକ ମୃତ୍ୟୁ ମୁହଁରେ ପଡ଼ୁଛନ୍ତି । ଏହାବାଦ ବିଦ୍ୟୁତ୍ ଆଘାତ ଓ ଟ୍ରେନ୍ ଦୁର୍ଘଟଣାରେ ମଧ୍ୟ ହାତୀଙ୍କ ଜୀବନ ଯାଉଛି। ଭୁଲ ବୁଝାମଣା ପାଇଁ ରାଉରକେଲା ଓ ମେରାମଣ୍ଡଳିରେ ଟ୍ରେନ ଦୁର୍ଘଟଣାରେ ହାତୀଙ୍କ ଜୀବନ ଯାଇଥିଲା । ଓଡ଼ିଶା ଜଙ୍ଗଲରେ ଅଧିକ ହାତୀ ଥିବାରୁ ବିଶେଷଜ୍ଞଙ୍କ ପରାମର୍ଶରେ କିଛି ହାତୀ ଶିମିଳିପାଳ ସ୍ଥାନାନ୍ତର ପାଇଁ ଯୋଜନା ଚାଲିଛି । ସ୍ଥାନାନ୍ତର ପୂର୍ବରୁ ସ୍ଥାନୀୟ ବାସିନ୍ଦା ଓ ଜନ ପ୍ରତିନିଧିଙ୍କ ସହ ଆଲୋଚନା କରାଯିବ ।

ଏବେ ରାଜ୍ୟକୁ ଆସୁଛନ୍ତି ଝାଡ଼ଖଣ୍ଡି ଓ ଛତିଶଗଡି ହାତୀ । ରାଜ୍ୟରେ ହାତୀଙ୍କ ବାସ୍ତବ ସଂଖ୍ୟା ଜାଣିବାକୁ ନଭେମ୍ବର ୧୪ ଓ ୧୫ ଦୁଇ ଦିନ ଧରି ଚାଲିବ ହାତୀ ଗଣନା । ଏବେ ହାତୀଙ୍କ ଗତିବିଧି ଉପରେ ନଜର ରଖାଯାଇଛି । ପୂର୍ଣ୍ଣମୀ ରାତିରେ ସେମାନଙ୍କର ଫଟୋ ଓ ଭିଡ଼ିଓ ଉତ୍ତୋଳନ କରି ସେମାନଙ୍କ ଗଣନା କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+