ପରଲୋକରେ ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା
ଭୁବନେଶ୍ୱର: ପରଲୋକରେ ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା । 95 ବର୍ଷ ବୟସରେ ତାଙ୍କର ଦେହାନ୍ତହୋଇଛି । ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ଥିଲେ ସାତକଡ଼ି ହୋତା । ଏହା ସହ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଶାରଳା ପୁରସ୍କାର, ସାହିତ୍ୟ ଭାରତୀ ସମ୍ମାନ, ଉତ୍କଳ ସାହିତ୍ୟ ସମାଜ ଉପନ୍ୟାସ ସମ୍ମାନ ରେ ସମ୍ମାନିତ କରାଯାଇଥିଲା ।

ସେ 29 ଅକ୍ଟୋବର 1929 ରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ଲେଖନୀରୁ ଅନେକ ଗଳ୍ପ, ଉପନ୍ୟାସ, କବିତା, ଅନୁବାଦ ଓ ଆତ୍ମଜୀବନୀ ରଚନା ହୋଇଛି । ଭାରତୀୟ ରେଳସେବାରୁ ଅବସର ନେବା ପରେ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଓ ସମୟ ଖବରକାଗଜର ସମ୍ପାଦକ ଭାବରେ ମଧ୍ୟ ସେ କାର୍ଯ୍ୟ କରିଥିଲେ । 1985 ମସିହାରେ "ଭୁବନେଶ୍ୱର ପୁସ୍ତକ ମେଳା" ଆରମ୍ଭ କରିବାରେ ସେ ଥିଲେ ଅନ୍ୟତମ ଉଦ୍ୟୋକ୍ତା ।
ସାତକଡ଼ିଙ୍କର 27ଟି ଗଳ୍ପ, 21ଟି ଉପନ୍ୟାସ ଓ ଗୋଟିଏ କବିତାବହି ପ୍ରକାଶ ପାଇସାରିଛି । କବିତାରୁ ସେ ନିଜ ସାହିତ୍ୟ ସର୍ଜନା ଆରମ୍ଭ କରିଥିଲେ । 1967 ରେ ତାଙ୍କର ପ୍ରଥମ ଉପନ୍ୟାସ "ବ୍ୟାକୁଳ ହୃଦୟ" ଓ 1971 ରେ ପ୍ରଥମ ଗପ ପ୍ରକାଶ ପାଇଥିଲା ।
ତାଙ୍କ କଲମରୁ ଲିଖିତ ଉପନ୍ୟାସ 'ଅଶାନ୍ତ ଅରଣ୍ୟ' ପାଇଁ 1987 ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ଏହା ପରେ 2000 ମସିହାରେ ଉତ୍କଳ ସାହିତ୍ୟ ସମାଜ ଉପନ୍ୟାସ ସମ୍ମାନ, 2004 ରେ ଶାରଳା ପୁରସ୍କାର, 2017 ରେ ସାହିତ୍ୟ ଭାରତୀ ସମ୍ମାନରେ ସମ୍ମାନିତ ହୋଇଥିଲେ ।












Click it and Unblock the Notifications