Get Updates
Get notified of breaking news, exclusive insights, and must-see stories!

ଉତ୍କଳ ଦିବସରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୁଭେଚ୍ଛା ବାର୍ତ୍ତା

utkal divas

ଭୁବନେଶ୍ୱର: ୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ "ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ" ଗଠନ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା ।

୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଥିଲା । ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା ।

ଆଜି ଉତ୍କଳ ଦିବସ ଅସରରେ ରାଜ୍ୟବାସୀଙ୍କୁ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଓଡ଼ିଶାବାସୀଙ୍କ ଉଜ୍ୱଳ ଭବିଷ୍ୟତର କାମନ କଲେ ରାଷ୍ଟ୍ରପତି । ସେହିପରି ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଆରେ ଟ୍ୱିଟ୍ କରି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ । ଦେଶର ପ୍ରଗତରି ଓଡ଼ିଶାର ଅବଦାନକୁ ଜାଣିବାର ଦିନ ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କଲେ ପ୍ରଧାନମନ୍ତ୍ରୀ ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ସମ୍ମାନ ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ଅସ୍ମିତା ଓ ସ୍ଵାଭିମାନକୁ ବଜାୟ ରଖି ଏକ ନୂଆ ଓଡ଼ିଶା, ଉଚ୍ଚାକାଂକ୍ଷୀ ଓଡ଼ିଶା ଗଠନ ଦିଗରେ ସଙ୍କଳ୍ପବଦ୍ଧ ହୋଇ ଆଗକୁ ବଢିବା।'

ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ । ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟ କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ସମସ୍ତଙ୍କୁ ଆହ୍ବାନ ଦେଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+