ମା’ମାନଙ୍କ ସଶକ୍ତିକରଣ କେବଳ ପରିବାରକୁ ନୁହେଁ, ସାରା ସମାଜକୁ ସଶକ୍ତ କରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ଜନତା ମଇଦାନଠାରେ 'କୃଷି ଓଡିଶା-୨୦୨୪' କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ କ୍ଷେତ୍ରରେ ମହିଳାମାନଙ୍କ ଅଧିକ ଭାଗିଦାରୀ ପାଇଁ ଆହ୍ୱାନ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ୩ ଦିନ ଧରି ଚାଲିବ।

ଏହି ଅବସରରେ ସାରା ରାଜ୍ୟର ଚାଷୀମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବହୁତ ଖୁସିର କଥା ଯେ ଏ ବର୍ଷର 'କୃଷି ଓଡିଶା' କାର୍ଯ୍ୟକ୍ରମ ରାଜ୍ୟର ମହିଳା ଚାଷୀଙ୍କ ପାଇଁ ସମର୍ପିତ। ଏହା କୃଷି କ୍ଷେତ୍ରରେ ମା' ମାନଙ୍କ ଅବଦାନକୁ ସମ୍ମାନ ଜଣାଇବା ସହ ଏହା ଏ କ୍ଷେତ୍ରରେ ସେମାନଙ୍କ ଯୋଗଦାନକୁ ଉତ୍ସାହିତ କରିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି କୃଷି କ୍ଷେତ୍ରରେ ମଧ୍ୟ ମା'ମାନଙ୍କୁ ଆହୁରି ଆଗକୁ ଯିବାର ସମୟ ଆସିଛି। କୃଷି ଉଦ୍ୟୋଗ କ୍ଷେତ୍ରରେ ସେମାନଙ୍କ ପାଇଁ ବହୁତ ସୁଯୋଗ ଅଛି। ଆମର ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା, ମିଲେଟ ମିଶନ, କଫି ମିଶନ ଆଦି ଅନେକ ଯୋଜନା ଚାଲିଛି। ସେମାନେ ଏହାର ସୁଯୋଗ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ।


ମା'ମାନଙ୍କ ସଶକ୍ତିକରଣ କେବଳ ଏକ ପରିବାରକୁ ନୁହେଁ, ବରଂ ସାରା ସମାଜକୁ ସଶକ୍ତ କରେ ବୋଲି ମତ ଦେଇ ସେ କହିଥିଲେ ଯେ ସେମାନଙ୍କର ସଶକ୍ତିକରଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ। ମିଶନ ଶକ୍ତି ଜରିଆରେ ମା'ମାନେ ବିକାଶର ସବୁ କ୍ଷେତ୍ରରେ ସହଭାଗୀ ହୋଇପାରିଛନ୍ତି ବୋଲି ସେ କହିଥିଲେ।

Naveen pattnaik

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଚାଷର ଉନ୍ନତି ଓ ଚାଷୀର କଲ୍ୟାଣ ଉପରେ ସେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି। ଚାଷୀମାନଙ୍କ ପାଇଁ କାଳିଆ ଯୋଜନା ଏକ ବହୁତ ଭଲ ଯୋଜନା ବୋଲି ପ୍ରକାଶ କରି ସେ କହିଥିଲେ ଯେ କାଳିଆ ବୃତ୍ତିର ପରିସରକୁ ଆହୁରି ବ୍ୟାପକ କରାଯାଇଛି। ଏହାଦ୍ୱାରା ଆହୁରି ଅଧିକ ଚାଷୀ ପରିବାରର ପିଲା ବୃତ୍ତି ପାଇପାରିବେ ବୋଲି ସେ କହିଥିଲେ।

ଏହି ଅବସରରେ ସେଠାରେ ଉପସ୍ଥିତ କୃଷି ବିଜ୍ଞାନୀ ତଥା ବିଶେଷଜ୍ଞମାନଙ୍କୁ ସ୍ୱାଗତ କରି ସେ କହିଥିଲେ ଯେ ରାଜ୍ୟର କୃଷି କ୍ଷେତ୍ରର ଅଭିବୃଦ୍ଧିରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। କୃଷିର ଉନ୍ନତି ଓ କୃଷକ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କର ମତାମତ ଓ ପରାମର୍ଶକୁ ସ୍ୱାଗତ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଭବନ ଏବଂ IMAGEର ନୂଆ କ୍ୟାମ୍ପସ ପାଇଁ ଭିତ୍ତି ରଖିଥିଲେ। ସୂଚନାଯୋଗ୍ୟ ଯେ ଏହି କ୍ୟାମ୍ପସ ସ୍ଥାନୀୟ ଶିରିପୁରଠାରେ ପ୍ରତିଷ୍ଠା କରାଯାଉଛି। ୧୧୩ କୋଟି ଟଙ୍କା ବିନିଯୋଗରେ ନିର୍ମିତ ହେଉଥିବା ଏହି କ୍ୟାମ୍ପସ କୃଷି ସଂପ୍ରସାରଣର କ୍ଷେତ୍ରରେ ଏକ Center of Excellence ଭାବରେ କାମ କରିବ। ସେହିପରି କୃଷି ଉଦ୍ୟୋଗ ଭବନ ନୂଆପଲ୍ଲୀଠାରେ ପ୍ରତିଷ୍ଠା କରାଯାଉଛି। ଏଥିପାଇଁ ୨୮ କୋଟି ଟଙ୍କା ବିନିଯୋଗ କରାଯିବ। କୃଷି ଉଦ୍ୟୋଗ କ୍ଷେତ୍ରରେ ଏହା ରାଜ୍ୟର ଚାଷୀମାନଙ୍କୁ ପ୍ରୋତ୍ସାହନ ଯୋଗାଇଦେବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ କୃଷି ବିଜ୍ଞାନୀ ଡ. ସ୍ୱାତୀ ନାୟକଙ୍କୁ ସମ୍ମାନିତ କରିଥିଲେ। ଏହା ସହିତ ଅଭିନବ କୃଷି ଯନ୍ତ୍ରପାତି ପ୍ରୋତ୍ସାହନ ଯୋଜନାରେ ୧୭ ଜଣ କୃଷକଙ୍କୁ ପୁରସ୍କୃତ କରିବା ସହ ୧୦ ଜଣ ସଫଳ ମହିଳା ଚାଷୀଙ୍କୁ ସମ୍ମାନିତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କର କୃଷି ଋଣ ମଡ୍ୟୁଲର ସଫଳ ପୋର୍ଟାଲର ଶୁଭାରମ୍ଭ କରିଥିଲେ। ଏହା ଦ୍ୱାରା ଚାଷୀମାନେ ଖୁବ୍ ଶୀଘ୍ର ଓ ସୁବିଧାରେ ଫସଲ ଋଣ ପାଇପାରିବେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆୟୋଜିତ ଏକ କୃଷି ପ୍ରଦର୍ଶନୀ ଉଦ୍‌ଘାଟନ କରିଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଥିଲେ ଯେ ୧୯୯୯ରେ କୃଷି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବ୍ୟୟ ରାଜ୍ୟ ବଜେଟ୍‌ର ମାତ୍ର ୪.୬୬ ପ୍ରତିଶତ ଥିବାବେଳେ ଆଜି ଏହା ୧୧ ପ୍ରତିଶତ ହୋଇପାରିଛି। କୃଷି କ୍ଷେତ୍ରରେ ଏହି ବ୍ୟାପକ ବିନିଯୋଗ ଯୋଗୁ ଆଜି ରାଜ୍ୟର ସବୁ କ୍ଷେତ୍ରରେ ପ୍ରଗତି ଆସିଛି। ସେ କହିଥିଲେ ଯେ କୃଷି କ୍ଷେତ୍ରରେ ମହିଳା ଚାଷୀମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ୧୦୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି।

କାର୍ଯ୍ୟକ୍ରମରେ ଯୋଗଦେଇ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଥିଲେ ଯେ କ୍ଷେତରୁ ଆରମ୍ଭକରି ଖାଦ୍ୟଥାଳି ପର୍ଯ୍ୟନ୍ତ ମହିଳାମାନେ କୃଷି କ୍ଷେତ୍ରରେ ସେମାନଙ୍କର ବଳିଷ୍ଠ ଯୋଗଦାନ ରଖିଛନ୍ତି। ମହିଳାମାନଙ୍କୁ କୃଷିଭିତ୍ତିକ କାର୍ଯ୍ୟକ୍ରମରେ ପ୍ରୋତ୍ସାହନ ଦିଆଯାଉଛି। ମିଶନ ଶକ୍ତି କାର୍ଯ୍ୟକ୍ରମ ଯୋଗୁ ଓଡିଶାର ମହିଳାମାନଙ୍କର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି ହୋଇପାରିଛି ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+