ତିନି ଠାକୁରଙ୍କ ରଥରେ ଅଧରପଣା ସମ୍ପନ୍ନ, ପଣା ପିଇ ତୃପ୍ତ ହେଲେ ଅତୃପ୍ତ
ପୁରୀ: ମହାପ୍ରଭୁଙ୍କ ନନ୍ଦିଘୋଷ ରଥରେ ଭଙ୍ଗା ହେଲା ଅଧରପଣା ହାଣ୍ଡି ।ଏହା ସହ ତିନି ଠାକୁରଙ୍କ ରଥରେ ଅଧରପଣା ସମ୍ପନ୍ନହୋଇଛି , ପଣା ପିଇ ତୃପ୍ତ ହେଲେ ପ୍ରେତ ଓ ଅଶରୀରୀ , ବଡ଼ଦାଣ୍ଡକୁ ଅବତରଣ ପରେ ମହାପ୍ରଭୁଙ୍କ ଦର୍ଶନ ସହ ମୁକ୍ତି ପାଇଁ ଚଣ୍ଡୀଚାମୁଣ୍ଡା, ଅଶରୀରୀମାନେ ଘୁରି ବୁଲୁଥାନ୍ତି। ସେଇମାନଙ୍କୁ ତୃପ୍ତ କରିବା ପାଇଁ ଶୁକ୍ରବାର ଆଷାଢ଼ ଶୁକ୍ଳ ଦ୍ବାଦଶୀ ଜ୍ୟେଷ୍ଠ ନକ୍ଷତ୍ର ତିଥିରେ ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧରପଣା ପୂଜା ନୀତି ସଂପନ୍ନ ହୋଇଛି।

ସୁନାବେଶରେ ଦର୍ଶନ ପରେ ଦ୍ବାଦଶ ତିଥ୍ରେ ରଥାରୁଢ଼ ଶ୍ରୀଜିଉଙ୍କ ଅଧରପ ରପଣା ଭୋଗ ନୀତି ଅନୁଷ୍ଠିତ ହୋଇଛି । ଅଧରପଣା ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ, ରାଘବଦାସ ମଠ ଓ ବଡ଼ଓଡିଆ ମଠ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଥିଲା । ଛାଚି, ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ ଜାଇଫଳ ଆଦିରେ ପଣା ପ୍ରସ୍ତୁତ କରାଯାଇଥିଲା ।
ପତ୍ରିବଡୁ, ସୁଆରବଡୁ, ଗରାବଡୁ ପାଳିଆ ସେବକ ଏବଂ ପୂଜାପଣ୍ଡା ସେବକ ପଣା ହାଣ୍ଡିକୁ ତିନି ରଥର ପୋଖରିଆ ଉପରେ ପୂଜାର୍ଚ୍ଚନା କରିବା ପରେ ଭାଙ୍ଗିଛନ୍ତି। ଅଶରୀରିମାନଙ୍କ ଉଦ୍ଧାର ପାଇଁ ରଥ ଉପରେ ଅଧରହାଣ୍ଡି ଭଙ୍ଗାଯିବାର ପରମ୍ପରା ସଂପନ୍ନ ହୋଇଛି ।












Click it and Unblock the Notifications