କଳ୍ପନାଜଳ୍ପନାର ଅନ୍ତ, ମନମୋହନ ପୁଣି ରାଜ୍ୟ ବିଜେପି ସଭାପତି

କଳ୍ପନାଜଳ୍ପନାର ଅନ୍ତ, ମନମୋହନ ପୁଣି ରାଜ୍ୟ ବିଜେପି ସଭାପତି । ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ କେବଳ ବିଧିବଦ୍ଧ ଘୋଷଣା ବାକି । ନିର୍ଦ୍ଧାରିତ ସମୟ ଭିତରେ ଆଉ କେହି ନାମାଙ୍କନ ଭରି ନ ଥିବାରୁ ସ୍ପଷ୍ଟ ହେଲା ।

ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହି ବିଧାନ ସଭାରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

ମନମୋହନ ସାମଲ ୧୯୫୯ ମସିହାର ଅପ୍ରେଲ ମାସ ୧୫ ତାରିଖରେ ଭଦ୍ରକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କମ୍ଭୁପାଣି ସାମଲ । ମନମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ହେଉଛି କଳା ଏବଂ ଓକିଲାତିରେ ସ୍ନାତକ । ସେ ପ୍ରଣତୀ ସାମଲଙ୍କୁ ବିବାହ କରିଛନ୍ତି । ଏହି ଦମ୍ପତ୍ତିଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅ ଅଛନ୍ତି ।

manmohan samal

ମନମୋହନ ସାମଲ ଛାତ୍ର ଜୀବନରୁ ରାଜନୀତିରେ ଯୋଗ ଦେଇଥିଲେ । ସେ ଭଦ୍ରକ କଲେଜରେ ପାଠ ପଢ଼ୁଥିବାବେଳେ ୧୯୭୯ ମସିହାରେ ଭଦ୍ରକ କଲେଜର ସଭାପତି ଭାବରେ ନିର୍ବାଚିତ ହୋଇଥିଲେ । ଏଥିସହ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ବିଭିନ୍ନ କାର୍ଯ୍ୟକ୍ରମରେ ତାଙ୍କର ଯୋଗଦାନ ଥିଲା ଓ ପରେ ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ ଏବଂ ସେ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।

ମନମୋହନ ୨୦୦୪ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ବିଧାନ ସଭାରେ ସେ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଏହି ବିଧାନ ସଭାରେ ସେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ସେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀ ଓ ରାଜସ୍ୱ ମନ୍ତ୍ରୀ ଭାବରେ ୧୮ ମଇ ୨୦୦୪ରୁ ୧୦ ଡିସେମ୍ବର ୨୦୧୮ ଯାଏଁ କାର୍ଯ୍ୟ କରିଥିଲେ ।

ଏହାପରେ ୨୦୦୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଣ୍ଡାରିପୋଖରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ନିର୍ବାଚନ ଲଢ଼ିଥିଲେ । ମାତ୍ର ଏହି ବିଧାନ ସଭାରେ ସେ ସମୁଦାୟ ୨୧,୧୬୦ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ଏବଂ ବିଜୁ ଜନତା ଦଳର ପ୍ରାର୍ଥୀ ପ୍ରଫୁଲ୍ଲ ସାମଲ ସମୁଦାୟ ୬୦,୨୫୦ ଖଣ୍ଡ ଭୋଟ ପାଇଁ ବିଜୟୀ ହୋଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

୨୦୧୪ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୩୮,୯୫୨ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ଏବଂ ବିଜୁ ଜନତା ଦଳର ପ୍ରାର୍ଥୀ ବ୍ୟୋମକେଶ ରାୟ ସମୁଦାୟ ୬୮,୫୫୭ ଖଣ୍ଡ ଭୋଟ ପାଇଁ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+