ପରିବହନ ବିଭାଗକୁ ଚିଠି ଲେଖି ତଥ୍ୟ ମାଗିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

ପରିବହନ ବିଭାଗକୁ ଚିଠି ଲେଖି ତଥ୍ୟ ମାଗିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ରାଜ୍ୟ ପରିବହନ କ୍ଷେତ୍ରରେ ବଡ଼ ଧରଣର ଆର୍ଥିକ ହେରଫେର ହୋଇଥିବା ଜାଣିବାକୁ ପାଇଛି ଇଡି । ସେଥିପାଇଁ ପରିବହନ ବିଭାଗ ସହିତ ଜଡ଼ିତ ୩୪ ଜଣଙ୍କର ତଥ୍ୟ ମାଗିଛି ଇଡି । କଟକ ପରିବହନ କମିସନରଙ୍କ କାର୍ଯ୍ୟାଳୟକୁ ସମସ୍ତ ତଥ୍ୟ ତୁରନ୍ତ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏ ସଂକ୍ରାନ୍ତରେ ଇଡି ପକ୍ଷରୁ ଗତ ଜୁଲାଇ ୨୨ ତାରିଖରେ ରାଜ୍ୟ ପରିବହନ ଓ ବାଣିଜ୍ୟ ବିଭାଗକୁ ଚିଠି କରାଯାଇଥିଲା । ଅଗଷ୍ଟ ୮ ତାରିଖରେ ବିଭାଗ ପକ୍ଷରୁ କଟକ ପରିବହନ ଆୟୁକ୍ତଙ୍କ କାର୍ଯ୍ୟାଳୟକୁ ସମସ୍ତ ତଥ୍ୟ ପଠାଇବାକୁ ନିର୍ଦ୍ଦେଶ ଦେଇଛି ଇଡି।

ed

ଅଭିଯୋଗ ଅନୁସାରେ, କେତେକ ପରିବହନ ସଂସ୍ଥା ଗାଡ଼ି ଗୁଡ଼ିକର ରେଜିଷ୍ଟ୍ରେସନ୍ ନବୀକରଣ ନକରି କିମ୍ବା ଟିକସ ଫାଙ୍କି ଗାଡ଼ି ଚଲାଉଥିବା ପରିବହନ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ ହୋଇଆସୁଛି । ଏଥିସହ ଯେଉଁମାନଙ୍କ ନାଁରେ ଗାଡ଼ି ଗୁଡ଼ିକ ପଞ୍ଜୀକରଣ ହୋଇଥିଲା, ସେମାନଙ୍କ ଆର୍ଥିକ କାରବାର ଜାଣିବାକୁ ଏପରି ଚିଠି କରାଯାଇଥିବା ସୂଚନା ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+