ଲୋକସେବା ଅଧିକାର ଅଧିନିୟମରେ ଅନ୍ତର୍ଭୁକ୍ତ ସେବାକୁ ସୁନିଶ୍ଚିତ କର: ମନୋଜ ଆହୁଜା

ରାଜ୍ୟରେ ବିଭିନ୍ନ ବିଭାଗ ଦ୍ୱାରା ଓଡ଼ିଶା ଲୋକସେବା ଅଧିକାର ଅଧିନିୟମରେ ଅନ୍ତର୍ଭୁକ୍ତ ଗୁରୁତ୍ୱପୂର୍ଣ୍ଣ ସେବା ପ୍ରଦାନର କାର୍ଯ୍ୟକାରିତା ସୁନିଶ୍ଟିତ କରିବାକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି।

ଓଡ଼ିଶା ଲୋକସେବା ଅଧିକାର ଆଇନରେ ଅନ୍ତର୍ଭୁକ୍ତ ଅତ୍ୟାବଶ୍ୟକ ସେବାଗୁଡ଼ିକ କିପରି ଉଦ୍ଦିଷ୍ଟ ହିତାଧିକାରୀଙ୍କ ନିକଟରେ ଠିକ୍‌ ଭାବେ ନିର୍ଦ୍ଧାରିତ ସମୟ ମଧ୍ୟରେ ଉପଲବ୍ଧ ହେବ, ସେଥିପାଇଁ ପତ୍ରରେ ପରାମର୍ଶ ଦିଆଯାଇଛି । ଓଡ଼ିଶା ସରକାର ଜନସାଧାରଣଙ୍କ ନିକଟରେ ସାର୍ବଜନୀନ ସେବାଗୁଡ଼ିକୁ ସହଜରେ ଉପଲବ୍ଧ କରାଇବା ପାଇଁ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରୁଛନ୍ତି ।

ଏହି ଆଇନ ଅନୁଯାୟୀ ଏ ପର୍ଯ୍ୟନ୍ତ ୩୨ଟି ବିଭାଗର ୪୨୮ଟି ସାଧାରଣ ସେବାକୁ ସୂଚିତ କରାଯାଇଛି। ଏହି ଆଇନର କାର୍ଯ୍ୟାନ୍ବୟନ ପାଇଁ ପ୍ରତି ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କୁ ନୋଡାଲ ଅଧିକାରୀ ଭାବେ ନିୟୋଜିତ କରାଯାଇଛି । ଏହି ମର୍ମରେ ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗୀୟ ସଚିବ, ସମସ୍ତ ରାଜସ୍ବ ଆୟୁକ୍ତ ଓ ଜିଲାପାଳମାନଙ୍କୁ ଏକ ନିର୍ଦ୍ଦେଶନାମାରେ ସବିସ୍ତୃତ ନିର୍ଦ୍ଦେଶ ଦେଇଛନ୍ତି ।

Manoj Ahuja

ସଚିବମାନେ ନିଜ ବିଭାଗରେ ଏହି ଆଇନ ଅଧୀନରେ ପ୍ରଦାନ କରାଯାଉଥିବା ସେବାଗୁଡ଼ିକ ସୁନିଶ୍ଚିତ କରିବେ। ଏହାସହ କ୍ଷେତ୍ର ପରିଦର୍ଶନ ସମୟରେ ବିଭିନ୍ନ ଜିଲା ଗସ୍ତବେଳେ ଏହି ଆଇନ ଅଧୀନ ସେବାଗୁଡ଼ିକ ବିଜ୍ଞପ୍ତି ଅନୁଯାୟୀ ସମୟସୀମା ଭିତରେ ନାଗରିକଙ୍କୁ ପ୍ରଦାନ କରାଯାଇଛି କି ନାହିଁ ତାହା ଯାଞ୍ଚ କରିବେ। ଏହାର ସଫଳତାର ପ୍ରତିଶତ ଯାଞ୍ଚ କରିବାକୁ ମୁଖ୍ୟ ଶାସନ ସଚିବ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି। ସେହିପରି ଜିଲାପାଳମାନେ ମଧ୍ୟ ନିଜ ଜିଲାରେ ପ୍ରତି ମାସରେ ସାର୍ବଜନୀନ ସେବା ପ୍ରଦାନରେ ଜିଲାର ସଫଳତା ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+