Get Updates
Get notified of breaking news, exclusive insights, and must-see stories!

ରଜ ପର୍ବ ପାଇଁ ସାରା ରାଜ୍ୟ ଉତ୍ସବ ମୁଖର; ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ

ଆଜି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର । ଓଡ଼ିଶାର ପାରମ୍ପରିକ ଗଣ ପର୍ବ ରଜ। ତିନି ଦିନ ଧରି ଗାଁଠୁ ସହର ସବୁଠୁ ରଜର ଆସର ଜମିଥାଏ।

ପହିଲି ରଜରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ରାଷ୍ଟ୍ରପତି ଦୌପଦୀ ମୁର୍ମୁ ରାଜ୍ୟବାସୀମାନଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।
ଗଣପର୍ବ ରଜ ଉପଲକ୍ଷେ ପ୍ରିୟ ଦେଶବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି । ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା, ପାନ ଓ ଦୋଳି ଖେଳ ମାଧ୍ୟମରେ ଓଡ଼ିଶାର ଜନସାଧାରଣ ଏହି ପର୍ବକୁ ହର୍ଷୋଲ୍ଲାସ ସହିତ ପାଳନ କରନ୍ତି । କୃଷିଭିତ୍ତିକ ଏହି ରଜ ପର୍ବ ଅବସରରେ ମୁଁ ରାଜ୍ୟ ତଥା ଦେଶବାସୀଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଅଛି ।

raja

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କର ମଙ୍ଗଳ କାମନା କରିଛନ୍ତି।

ପହିଲି ରଜ ଉପଲକ୍ଷେ ଓଡ଼ିଶା ବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ସାଦର ଅଭିନନ୍ଦନ I ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଅନନ୍ୟ ଗଣ ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ I

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ସୋସିଆଲ ମିଡିଆ ଏକାଉଣ୍ଟ 'ଏକ୍ସ'ରେ ଲେଖିଛନ୍ତି, ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ 'ରଜ' ଉପଲକ୍ଷେ ହାର୍ଦ୍ଦିକ ଶୁଭକାମନା । ରଜ ଆମ ଓଡ଼ିଆ ଅସ୍ମିତାର ଅନନ୍ୟ ପରିଚୟ । ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜା କରିବା ଏବଂ ସମ୍ମାନ ଜଣାଇବାର ସ୍ୱତନ୍ତ୍ର ପରମ୍ପରା । ପ୍ରକୃତି ସହ ଯୋଡ଼ିହେବାର ଏହି ମହାନ ପରମ୍ପରା ସମାଜରେ ଭାଇଚାରାକୁ ଆହୁରି ସୁଦୃଢ଼ କରୁ, ଏହା କାମନା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+