ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା, ୨୦ ଯାଏଁ ପ୍ରବଳ ବର୍ଷିବ

ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ସକ୍ରିୟ ରହିଛି ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ଅନୁମାନ କରାଯାଇଛି ।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା କୋରାପୁଟ,ମାଲକାନଗିରି ଓ ନବରଙ୍ଗପୁରକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୩ ଜିଲ୍ଲା କଳାହାଣ୍ଡି, ରାୟଗଡ଼ା ଓ ଗଜପତିକୁ ଓ ନବରଙ୍ଗପୁରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ବର୍ଷା ସହ ସମୁଦ୍ର ଅଶାନ୍ତ ରହିବା ଯୋଗୁଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ୨୦ ତାରିଖରୁ କମିବ ବର୍ଷାର ପରିମାଣ ।

Entire Odisha is drenched in low-pressure area
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+