ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି । ଗୃହରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକଙ୍କୁ ତ୍ବରିତ ନ୍ୟାୟ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ । କାଲି ହାଇକୋର୍ଟ ବେଞ୍ଚ ପ୍ରସଙ୍ଗରେ ଭିନ୍ନ ବିବୃତ୍ତି ରଖିଥିଲେ ମୁଖ୍ୟମନ୍ତ୍ରୀ । ସୁପ୍ରିମକୋର୍ଟଙ୍କ ରାୟ ଅନୁଯାୟୀ ବେଞ୍ଚର ଯଥାର୍ଥତା ନାହିଁ କହିଥିଲେ ।

high court bench pending

ରାଜ୍ୟରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଏବେ କୌଣସି ପ୍ରସ୍ତାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ ସ୍ପଷ୍ଟ କରିଥିଲେ ଅଣତାରକା ପ୍ରଶ୍ନରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ପ୍ରଶ୍ନ କରିଥଲେ ଯେ, ବଲାଙ୍ଗୀରରେ ଓଡ଼ିଶା ହାଇକୋର୍ଟର ସର୍କିଟ ବେଞ୍ଚ ପ୍ରତିଷ୍ଠା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି ଏବଂ ଏ ଦିଗରେ କଣ ପଦକ୍ଷେପ ନିଆଯାଇଛି? କଳିକେଶଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲେଖୁଲେ ସୁପ୍ରିମକୋର୍ଟଙ୍କ ଦ୍ବାରା ଏ ସଂକ୍ରାନ୍ତରେ ଆସିଥ‌ିବା ରାୟ ଅନୁଯାୟୀ ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର ଯଥାର୍ଥତା ନାହିଁ । ହେଲେ ଆଜି କିନ୍ତୁ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ ସରକାରଙ୍କ ବିଚାରଧୀନ ଅଛି।

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗା ଗୃହରେ ବିବୃତି ରଖୁଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତକାଲି ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନଥୁବା ଲିଖ୍ତ ଉତ୍ତର ଦେଇଥିବା ମୁଖ୍ୟମନ୍ତ୍ରୀ, ଆଜି କହିଛନ୍ତି ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ ସରକାରଙ୍କ ବିଚାରାଧୀନ ଅଛି। ଲୋକଙ୍କୁ ତ୍ଵରିତ ଗତିରେ ନ୍ୟାୟ ଦେବା ପାଇଁ ସରକାର ବଦ୍ଧପରିକରା ହାଇକୋର୍ଟ ବେଞ୍ଚ ସମ୍ପର୍କରେ ଗତକାଲି ଯେଉଁ ଉତ୍ତର ଦିଆଯାଇଥିଲା । ତାହା ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କୁହାଯାଇଥିଲା ବୋଲି ସେ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+