ରାଜ୍ୟ ବଜେଟ ପାଇଁ ସମସ୍ତେ ଦେଇ ପାରିବେ ମତ, ଅର୍ଥ ବିଭାଗ

୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ପ୍ରସ୍ତୁତି ପାଇଁ ସାଧାରଣ ଲୋକଙ୍କଠୁ ଆରମ୍ଭ କରି ବିଭିନ୍ନ ସଂଗଠନ ଓ ସଂସ୍ଥାଠୁ ମତାମତ ଲୋଡ଼ିଛି ଅର୍ଥ ବିଭାଗ । ଚଳିତମାସ ୩୧ତାରିଖ ପର୍ଯ୍ୟନ୍ତ ଏହି ମତାମତ ପଠାଇ ରାଜ୍ୟ ସରକାରଙ୍କ ବଜେଟ୍ ପ୍ରସ୍ତୁତି କାର୍ଯ୍ୟକ୍ରମରେ ସକ୍ରିୟ ଯୋଗଦାନ କରିବାକୁ ବିଭାଗ ଅନୁରୋଧ କରିଛି ।

Finance Department

ଅର୍ଥ ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ, ୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ । ଏଥିରେ ସର୍ବାଧିକ ୫୦୦ଶବ୍ଦରେ ରାଜସ୍ୱ, ବ୍ୟୟ ଓ ଅନ୍ୟାନ୍ୟ ଭଳି ୩ଟି ବର୍ଗରେ ନିଜର ମତାମତ ଦେଇହେବ । ଜନସାଧାରଣ, ନାଗରିକ ସମାଜ, ବିଭିନ୍ନ ସଂଘ ଓ ଅନ୍ୟାନ୍ୟ ହିତାଧିକାରୀମାନେ ନିଜର ପରାମର୍ଶଗୁଡ଼ିକୁ ଇ-ମେଲ୍ ଦ୍ୱାରା [email protected] ଠିକଣାରେ ପଠାଇପାରିବେ । ସେହିପରି ବଜେଟ୍ ସମ୍ବନ୍ଧୀୟ ମତାମତକୁ ହ୍ୱାଟସଅପ୍ ନମ୍ବର-୯୪୩୮୧୬୧୧୧୧ ଓ ଅର୍ଥ ବିଭାଗର ସୋସିଆଲ ମିଡିଆ ଆକାଉଣ୍ଟ(ଏକ୍ସ,ଫେସବୁକ, ଇନଷ୍ଟାଗ୍ରାମ) ଦ୍ୱାରା ମଧ୍ୟ ପଠାଇପାରିବେ ।

ସୂଚନାଯୋଗ୍ୟ, ୨୦୨୪-୨୫ ଆର୍ଥିକବର୍ଷରେ ରାଜ୍ୟର ମୋହନ ମାଝୀ ସରକାର ୨.୬୫ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଥିଲେ ।୨୦୨୫-୨୬ ଆର୍ଥିକ ବର୍ଷର ରାଜ୍ୟ ବଜେଟ୍ ଆସନ୍ତା ଫେବୃୟାରୀ ଶେଷ ସପ୍ତାହରେ ଉପସ୍ଥାପନ ହେବ ବୋଲି ଜଣାପଡ଼ିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+