କରମଣ୍ତଳ ଏକ୍ସପ୍ରେସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ

ବାଲେଶ୍ୱର: ବାଲେଶ୍ୱର ଟ୍ରେନ ଦୁର୍ଘଟଣାରେ ମୃତାହତଙ୍କ ପ୍ରତି ସହାୟତା ଘୋଷଣା କଲେ କେନ୍ଦ୍ର ସରକାର । ମୃତକଙ୍କ ପରିବାରକୁ ୧୦ ଲକ୍ଷର ସହାୟତା ଘୋଷଣା ହୋଇଥିବା ବେଳେ ଗୁରୁତର ଆହତଙ୍କୁ ୨ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱୀନ ବୈଷ୍ଣବ ।

train accident

ସୂଚନା ଅନୁସାରେ,ଓଡ଼ିଶାର ବାଲେଶ୍ୱର ଜିଲ୍ଲା ବାହାନଗା ନିକଟରେ ସାମିମାର-ଚେନ୍ନାଇ କରମଣ୍ତଳ ଏକ୍ସପ୍ରେସ ସହିତ ବିପରୀତ
ଦିଗରୁ ଆସୁଥିବା ବାଙ୍ଗାଲୋକ-ହାୱାଡ଼ା ଏକ୍ସପ୍ରେସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଭଙ୍ଗର ଦୁର୍ଘଟଣା ଘଟିଥିଲା ।

କେନ୍ଦ୍ରରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟୁଇଟ୍ କରି ଗଭୀର ଶୋକ ପ୍ରକାଶ କରିବା ସହ ସହାୟତା ରାଶି ଘୋଷଣା କରିଛନ୍ତି । ମୃତକଙ୍କ
ପରିବାରକୁ ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କୁ ୨ ଲକ୍ଷ ଟଙ୍କା ଏବଂ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କାର କ୍ଷତି ପୂରଣ ଦିଆଯିବ ବୋଲି କେନ୍ଦ୍ର ରେଳ ମନ୍ତ୍ରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

ସେ ଆହୁରି କହିଛନ୍ତି, ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆବଶ୍ୟକ ପଡିଲେ ବାୟୁସେନାକୁ ମଧ୍ୟ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇ ପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+