ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡ

ପତ୍ନୀହତ୍ୟା ମାମଲାରେ ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ମିଳିଲା ଝଟକା। ତଳକୋର୍ଟଙ୍କ ଆଜୀବନ ଦଣ୍ଡାଦେଶକୁ କାଏମ୍ ରଖିଲେ ହାଇକୋର୍ଟ। ଗତ ବର୍ଷ ଭୁବନେଶ୍ୱରର ସ୍ୱତନ୍ତ୍ର ଏମପି-ଏମଏଲ୍ଏ କୋର୍ଟ ଦେଇଥିବା ଦଣ୍ଡାଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ରାମମୂର୍ତ୍ତି। ମାତ୍ର ସେଠାରୁ ତାଙ୍କୁ ନିରାଶ ହେବାକୁ ପଡ଼ିଛି।

Ramamulthi Gamang

ଅଭିଯୋଗ ଅନୁସାରେ, ୧୯୯୫ ମସିହା ଅଗଷ୍ଟ ୨୯ରେ ରାମମୂର୍ତ୍ତି ଗମାଙ୍ଗଙ୍କ ସ୍ତ୍ରୀ ଶଶୀରେଖାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଖାରବେଳନଗରସ୍ଥିତ ଏମଏଲଏ କଲୋନୀରେ ଥିବା ସରକାରୀ ଘରୁ ଶଶୀରେଖାଙ୍କ ଦରପୋଡ଼ା ମୃତଦେହ ଉଦ୍ଧାର କରାଯାଇଥିଲା।

ଘଟଣା ଦିନ ୧୦ଟା ୪୫ ମିନିଟରେ ରାମମୂର୍ତ୍ତି ପୁଲିସକୁ ଖବର ଦେଇଥିଲେ ଯେ ତାଙ୍କ ସ୍ତ୍ରୀ ଆତ୍ମହତ୍ୟା କରିଛନ୍ତି। ତେବେ ଘଟଣାର ତଦନ୍ତ ବେଳେ ଏହା ଆତ୍ମହତ୍ୟା ନୁହେଁ ବରଂ ସୁଚିନ୍ତିତ ହତ୍ୟା ବୋଲି ପୁଲିସ ଜାଣିବା ସହ ଗମାଙ୍ଗଙ୍କର ଏହି ଘଟଣାରେ ସଂପୃକ୍ତି ଥିବା ପ୍ରମାଣ ପାଇଥିଲା।

ସେ ଆଧାରରେ ପୁଲିସ ଘଟଣାରେ ପ୍ରଥମେ ଅପମୃତ୍ୟୁ ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା। ଭୁବନେଶ୍ୱରର ସ୍ୱତନ୍ତ୍ର କୋର୍ଟ ୧୧ ଜଣ ସାକ୍ଷୀଙ୍କ ବୟାନ ଓ ୧୫ ଟି ଦସ୍ତାବିଜ ଆଧାରରେ ସ୍ତ୍ରୀଙ୍କୁ ହତ୍ୟା ମାମଲାରେ ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ୨୦୨୩ରେ ଦୋଷୀ ସାବ୍ୟସ୍ତ କରି ଆଜୀବନ ଦଣ୍ଡାଦେଶ ଦେଇଥିଲେ। ଏହି ରାୟକୁ କାଏମ ରଖିଛନ୍ତି ହାଇକୋର୍ଟ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+