ରାଷ୍ଟ୍ରପତିଙ୍କ ଅତିରିକ୍ତ ସଚିବ ହେଲେ ଅବସରପ୍ରାପ୍ତ ପ୍ରଶାସକ ବିଜୟ ନାୟକ

ଅବସରପ୍ରାପ୍ତ ପ୍ରଶାସକ ତଥା ଜଣାଶୁଣା ସାହିତ୍ୟିକ ବିଜୟ ନାୟକଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅତିରିକ୍ତ ସଚିବ ଗଣମାଧ୍ୟମ ଭାବେ ନିଯୁକ୍ତି ମିଳିଛି ।

ଭୁବନେଶ୍ୱର: ଅବସରପ୍ରାପ୍ତ ପ୍ରଶାସକ ତଥା ଜଣାଶୁଣା ସାହିତ୍ୟିକ ବିଜୟ ନାୟକଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅତିରିକ୍ତ ସଚିବ ଗଣମାଧ୍ୟମ ଭାବେ ନିଯୁକ୍ତି ମିଳିଛି । ସଂସ୍କୃତି ବିଭାଗର ନିର୍ଦ୍ଦେଶକ ପଦବୀରୁ ଅବସର ନେବା ପରେ ସେ ସାକ୍ଷୀଗୋପାଳରେ ନିର୍ମାଣ ହେଉଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟର ଓଏସ୍‌ଡି ଭାବେ ନିଯୁକ୍ତି ପାଇଥିଲେ । ଏହି ପଦବୀରୁ ସେ ଜୁନ ଶେଷ ସପ୍ତାହରେ ଇସ୍ତଫା ଦେଇଥିବା ବେଳେ ନୂଆ ପଦବୀରେ ଦାୟିତ୍ୱ ଗ୍ରହଣ କରିଛନ୍ତି ।

Bijaya Nayak

ଶ୍ରୀମତୀ ମୁର୍ମୁ ୨୦୦୦ରୁ ୨୦୦୨ ମସିହା ପର୍ଯ୍ୟନ୍ତ ବାଣିଜ୍ୟ ଓ ପରିବହନ ଏବଂ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର ମନ୍ତ୍ରୀ ଥିବାବେଳେ ଶ୍ରୀ ନାୟକ ତାଙ୍କର ବ୍ୟକ୍ତିଗତ ସଚିବ ଥିଲେ। ଏହାସହ ମନମୋହନ ସାମଲ ରାଜସ୍ବ ମନ୍ତ୍ରୀ ଥିବାବେଳେ ଶ୍ରୀ ନା‌ୟକ ତାଙ୍କର ମଧ୍ୟ ବ୍ୟକ୍ତିଗତ ସଚିବ ଭାବେ କାର୍ଯ୍ୟ କରିଥିଲେ। ଶ୍ରୀ ନାୟକ ଦୀର୍ଘ ୨୦ବର୍ଷ ହେଲା ସାହିତ୍ୟ ପତ୍ରିକା 'କାହାଣୀ'ର ସମ୍ପାଦକ ଅଛନ୍ତି। ଶ୍ରୀ ନାୟକ ତାଙ୍କ କଲେଜ ସମୟରେ ଜଣେ ପରିଚିତ ଛାତ୍ର ନେତା ଥିଲେ। ସେ ଉତ୍କଳ ବିଶ୍ବବିଦ୍ୟାଳୟ ଛାତ୍ର ସଂସଦ ଏବଂ ଭଦ୍ରକ କଲେଜ ଛାତ୍ର ସଂସଦର ସଭାପତି ଭାବେ ନିର୍ବାଚିତ ହୋଇଥିଲେ। ରାଷ୍ଟ୍ରପତି ଭବନରେ ଶ୍ରୀ ନାୟକଙ୍କୁ ନିଯୁକ୍ତି ମିଳିବା ପରେ ତାଙ୍କ ବନ୍ଧୁ ଓ ଶୁଭେଚ୍ଛୁମାନେ ଶୁଭେଚ୍ଛା ଜଣାଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+