Samir Dey: ଆରପାରିରେ ପୂର୍ବତନ ମନ୍ତ୍ରୀ ସମୀର ଦେ: ୬୭ ବର୍ଷ ବୟସରେ ଦେହାନ୍ତ
ଆରପାରିରେ ପୂର୍ବତନ ମନ୍ତ୍ରୀ ସମୀର ଦେ। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷରେ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି।
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।

କଟକର ଘରୋଇ ହସ୍ପିଟାଲରେ ତାଙ୍କର ଟ୍ରିଟମେଣ୍ଟ ହେଉଥିଲା । ଏମିତିକି ଗତ ଶୁକ୍ରବାର ତାଙ୍କୁ ମେଡ଼ିକାଲରେ ଭେଟିଥିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ । ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦେଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଡେପୁଟି ସିଏମ ପ୍ରଭାତୀ ପରିଡା ଭେଟି ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ । ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ତାଙ୍କ ସ୍ୱାସ୍ଥ୍ୟ ଏବଂ ସୁସ୍ଥତା ବିଷୟରେ ପଚାରିବା ସହିତ ଆଶୁ ଆରୋଗ୍ୟ କାମନା କରିଥିଲେ ।












Click it and Unblock the Notifications