ପରୀକ୍ଷା ବାତିଲ ପରେ ବାତିଲ ହେବା ଲକ୍ଷ ଲକ୍ଷ ପିଲାଙ୍କ ସ୍ୱପ୍ନକୁ ଧୂଳିସାତ କରୁଛି: ନବୀନ ପଟ୍ଟନାୟକ
ପରୀକ୍ଷା ବାତିଲ ପରେ ବାତିଲ ହେବା ଲକ୍ଷ ଲକ୍ଷ ପିଲାଙ୍କ ସ୍ୱପ୍ନକୁ ଧୂଳିସାତ କରୁଛି। ଏଏନଏମ ପରୀକ୍ଷା ବାତିଲ କରି ରାଜ୍ୟ ବିଜେପି ସରକାର ପୁଣି ହଜାର ହଜାର ଆଶାୟୀଙ୍କ ଭବିଷ୍ୟତ ଅନ୍ଧାରକୁ ଠେଲି ଦେଇଛନ୍ତି। ପିଲାଙ୍କ ସ୍ୱପ୍ନ କେତେ ଆଉ ଭାଙ୍ଗିବ, କେତେ ଆଉ ପିଲାଙ୍କ ଭବିଷ୍ୟତ ସହ ଖେଳାଯିବ ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ଦଳର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି ସେ ଆହୁରି କହିଛନ୍ତି ଯେ, ପରୀକ୍ଷା ପରେ ପରୀକ୍ଷା ବାତିଲ ହେବା, ସ୍ଥଗିତ ହେବା ବିଜେପି ସରକାରର ଅପାରଗତାକୁ ଦର୍ଶାଉଛି। ୧୮ ମାସର ସରକାରରେ ପାଖାପାଖି ୧୮ଟି ନିଯୁକ୍ତି ପରୀକ୍ଷା ବାତିଲ ହେଲାଣି। ସରକାର କ'ଣ ଦର୍ଶାଇବାକୁ ଚାହୁଁଛନ୍ତି? ରାଜ୍ୟର ପିଲାମାନଙ୍କ ଆଶା, ସ୍ୱପ୍ନ ଏପରି ଧୂଳିସାତ ହେଉଥିବ? ସରକାର ସଜାଗ ହୁଅନ୍ତୁ, ସମସ୍ତ ପରୀକ୍ଷା ଯେପରି ନିୟମିତ ଏବଂ ସ୍ୱଚ୍ଛତାର ସହ ହେବ ତାହା ସୁନିଶ୍ଚିତ କରନ୍ତୁ ବୋଲି କହିଛନ୍ତି ନବୀନ।
ନିକଟରେ ସ୍ବାସ୍ଥ୍ୟ ବିଭାଗ ତରଫରୁ ଆୟୋଜିତ ଏଏନଏମ ପରୀକ୍ଷା ବାତିଲ କରାଯାଇଛି। ପ୍ରଶ୍ନପତ୍ର ଲିକ ଯୋଗୁଁ ଏହି ପରୀକ୍ଷା ବାତିଲ କରାଯାଇଛି ବୋଲି ଘୋଷଣା କରାଯାଇଛି। ଏପରିକି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ ମଧ୍ୟ ଏ ନେଇ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ବିଭିନ୍ନ ମହଲରେ ସରକାରଙ୍କ ଅପରାଗତାକୁ ନେଇ ଚର୍ଚ୍ଚା ଚାଲିଛି।












Click it and Unblock the Notifications