ଆଇଏଏସ ସ୍ତରରେ ଅଦଳବଦଳ ; ଏଥର ଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ
ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଥିବା ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି।

ଅରିନ୍ଦମଙ୍କୁ ପୌର ପ୍ରଶାସକ ଏବଂ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ଵ ପ୍ରଦାନ କରାଯାଇଛି। ସେହିପରି ଆଇଏଏସ ଅଧିକାରୀ ଏନବିଏସ ରାଜପୁତଙ୍କୁ ସାଧାରଣ ଉଦ୍ୟୋଗ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ଆଇଏଏସ ଅଧିକାରୀ ଟି. ଆଓଙ୍କୁ ଯୋଜନା ଓ ସଂଯୋଜନ ବିଭାଗ ସ୍ବତନ୍ତ୍ର ସଚିବ ଦାୟିତ୍ଵ ଦିଆଯାଇଥିବାବେଳେ ଭୂପେନ୍ଦ୍ର ସିଂହ ପୁନିଆଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ଵ ଏବଂ ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ବୟନ ଶିଳ୍ପ ଓ ହସ୍ତତନ୍ତ ବିଭାଗ ନିର୍ଦେଶକ ଭାବେ ବଦଳି କରାଯାଇଛି।












Click it and Unblock the Notifications