ଆଗକୁ ପ୍ରବଳ କାଚିବ : 21 ତାରିଖରୁ ପୁଣି ବର୍ଷିବ
ଆସନ୍ତା ଦୁଇଦିନ ରାଜ୍ୟରେ ପାଗ ଶୁଖିଲା ରହିବ। 21 ତାରିଖରୁ ପୁଣି ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି
ଭୁବନେଶ୍ୱର: ଗତ 24 ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ହୋଇଛି। ତେବେ ଆସନ୍ତା ଦୁଇଦିନ ରାଜ୍ୟରେ ପାଗ ଶୁଖିଲା ରହିବ। 21 ତାରିଖରୁ ପୁଣି ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଶୁକ୍ରବାର ପଶ୍ଚିମବଙ୍ଗ ଉପରେ ରହିଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି।

ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ବାଂଲାଦେଶ ଓ ଏହାର ସଂଲଗ୍ନ ଅଞ୍ଚଳରେ ଉପରେ ରହିଛି।
ଏନେଇ ଆସନ୍ତା 24 ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ମଧ୍ୟମ ଓ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପାଗ ଶୁଖିଲା ରହିବା ସହ 21 ଆଡ଼କୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ସେହିପରି କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବା ସହ ସୋନପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବୌଦ୍ଧ ଓ ଅନୁଗୁଳରେ ବିଜୁଳି, ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଉଛି।












Click it and Unblock the Notifications