ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ,୯ ଶ୍ରମିକ ଆହତ
ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ କେଜେଏସ ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ ଫାଟି ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ୪ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୁଚନାନୁସାରେ ରୁଗୁଡ଼ିସ୍ଥିତ କେଜେଏସ ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ ଫାଟିଯାଇଥିଲା। ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା। ଏହି ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ ଯୋଗୁ ୯ଜଣ ଶ୍ରମିକ ଏଥିରେ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ହୋଇଯାଇଥିଲା।

ଗୁରୁତର ଆହତ ହୋଇଥିବା ୪ଜଣ ଶ୍ରମିକଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କେଉଁ କାରଣରୁ ରୁଗୁଡ଼ିସ୍ଥିତ କେଜେଏସ ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟର ଫର୍ଣ୍ଣେସ ଫାଟି ଯାଇଥିଲା ତାହାର କାରଣ ସ୍ପଷ୍ଟ ହୋଇନାହିଁ।












Click it and Unblock the Notifications