ଧାନ ସଂଗ୍ରହ ପାଇଁ ନାମ ପଞ୍ଜୀକରଣ ସମୟ ସୀମା ବୃଦ୍ଧି

ରାଜ୍ୟରେ ଚଳିତ ଖରିଫର ଧାନ ସଂଗ୍ରହ ନିମନ୍ତେ ଚାଷୀମାନଙ୍କ ନାମ ପଞ୍ଜୀକରଣର ସମୟ ସୀମାକୁ ବୃଦ୍ଧି କରାଯାଇଛି । ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଅଗଷ୍ଟ ୧୬ ତାରିଖ ଶେଷ ତାରିଖ ଥିଲା ।

ଭୁବନେଶ୍ୱର: ରାଜ୍ୟରେ ଚଳିତ ଖରିଫର ଧାନ ସଂଗ୍ରହ ନିମନ୍ତେ ଚାଷୀମାନଙ୍କ ନାମ ପଞ୍ଜୀକରଣର ସମୟ ସୀମାକୁ ବୃଦ୍ଧି କରାଯାଇଛି । ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଅଗଷ୍ଟ ୧୬ ତାରିଖ ଶେଷ ତାରିଖ ଥିବାବେଳେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପରାମର୍ଶ କ୍ରମେ ବିଭାଗ ପକ୍ଷରୁ ଏହି ସମୟସୀମାକୁ ଅଗଷ୍ଟ ୨୩ ତାରିଖକୁ ବୃଦ୍ଧି କରାଯାଇଛି ।

paddy procurement

ଏନେଇ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖାଯାଇଛି । ସଂପୃକ୍ତ ପ୍ୟାକସ୍/ଲ୍ୟାମ୍ପସ୍, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ପାଣି ପଞ୍ଚାୟତ ମାଧ୍ୟମରେ ବର୍ଦ୍ଧିତ ସମୟ ସୀମା ସଂପର୍କରେ ଚାଷୀମାନଙ୍କୁ ଅବଗତ କରାଇବା ପାଇଁ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳ ଏବଂ ସମବାୟ ସମିତି ସମୂହର ରେଜିଷ୍ଟ୍ରାରଙ୍କୁ ଅନୁରୋଧ କରାଯାଇଛି । ଯେଉଁ ଚାଷୀମାନେ ଏ ପର୍ଯ୍ୟନ୍ତ ସୋସାଇଟିରେ ସେମାନଙ୍କ ନାମ ପଞ୍ଜୀକରଣ କରିପାରି ନାହାନ୍ତି, ସେମାନେ ଏହା ଦ୍ୱାରା ଉପକୃତ ହେବେ ବୋଲି ମନ୍ତ୍ରୀ କହିଛନ୍ତି ।

ଚାଷୀମାନେ ନାମ ପଞ୍ଜୀକରଣ ନିମନ୍ତେ ଆବଶ୍ୟକୀୟ ଦସ୍ତାବିଜ୍ ସହିତ ନିକଟସ୍ଥ ସୋସାଇଟିକୁ ଯାଇ ନିଜ ନାମ ପଞ୍ଜୀକରଣ କରାଇନେବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି । ଚାଷୀମାନେ ସୋସାଇଟିରେ ସେମାନଙ୍କର ନାମ ପଞ୍ଜୀକରଣ କରିବା ପାଇଁ ଯିବାବେଳେ ସାମାଜିକ ଦୂରତ୍ୱ, ମାସ୍କ ପରିଧାନ ଓ କୋଭିଡ୍ ମାର୍ଗଦର୍ଶିକାକୁ କଡ଼ାକଡ଼ି ଭାବେ ଅନୁପାଳନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଚଳିତ ଖରିଫ ଧାନ ସଂଗ୍ରହ ନିମନ୍ତେ ଗତକାଲି ସୁଦ୍ଧା ୧୦ ଲକ୍ଷ ୧୪ ହଜାର ୭୩୫ ଜଣ ଚାଷୀ ସେମାନଙ୍କ ନାମ ପଞ୍ଜୀକରଣ କରିସାରିଛନ୍ତି । ରାଜ୍ୟର ୨,୮୮୧ଟି ସୋସାଇଟି ମାଧ୍ୟମରେ ଏହି ଚାଷୀ ନାମ ପଞ୍ଜୀକରଣ କରାଯାଉଛି । ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ନାମ ପଞ୍ଜୀକରଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+