Get Updates
Get notified of breaking news, exclusive insights, and must-see stories!

ମହାମହିମଙ୍କ ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ବ୍ୟାପକ ପ୍ରସ୍ତୁତି, ମୁତୟନ ହେବେ 60 ପ୍ଲାଟୁନ୍ ପୋଲିସ୍ ଫୋର୍ସ

ଭୁବନେଶ୍ୱର : ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ । ଆସନ୍ତା 25 ତାରିଖରେ ଓଡ଼ିଶା ଗସ୍ତ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ଓ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।

ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । 60 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ସଭାସ୍ଥଳରେ ଏଡିସିପି ପାହ୍ୟାର ଅଧିକାରୀ ମୁତୟନ ରହିବେ । ରାଷ୍ଟ୍ରପତିଙ୍କ ରୁଟ୍ ଲାଇନ ଠାରୁ ଆରମ୍ଭ କରି ସଭାସ୍ଥଳ ପର୍ଯ୍ୟନ୍ତ ମୁତୟନ ହେବେ ପୋଲିସ ଫୋର୍ସ । ରାଷ୍ଟ୍ରପତିଙ୍କ ଗସ୍ତ ରାସ୍ତାରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା ଗ୍ରହଣ କରାଯିବ ।

President Droupadi Murmu

25 ତାରିଖ ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରୀଯାପନ କରିବେ । 26 ତାରିଖରେ କଟକର ଚଣ୍ଡି ମନ୍ଦିର, ଉତ୍କଳଗୌରବ ମଧୁସୁଦନ ଦାସଙ୍କ ବାସ ଭବନ ଏବଂ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ । ଏହି ଦିନ ମଧ୍ୟ କଟକ ଉଚ୍ଚ ନ୍ୟାୟାଳୟର 75 ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ୍ ବିଶ୍ୱବିଦ୍ୟାଳୟ,କଟକର ସମାବର୍ତ୍ତନ ଉତ୍ସବ, ଶ୍ରୀରାମ ଚନ୍ଦ୍ରଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲର ବାର୍ଷିକଉତ୍ସବରେ ଯୋଗ ଦେବେ ।

27 ତାରିଖରେ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦାନ କରିବେ । ସେହିପରି 27 ତାରିଖରେ ମଧ୍ୟ ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମାନ୍ୟବର ରାଷ୍ଟ୍ରପତି ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+