ରାଜଧାନୀରେ ଫେକ୍ କଲ୍ ସେଣ୍ଟର ମାମଲା; ଗିରଫ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା କମିଶନରେଟ୍‌ ପୁଲିସ

ରାଜଧାନୀରେ ଫେକ୍ କଲ୍ ସେଣ୍ଟର କରି ଲୋକଙ୍କୁ ଚୁନ ମାରୁଥିବା ଅଭିଯୋଗରେ ଗିରଫ ହୋଇଥିବା ୬ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କମିଶନରେଟ୍‌ ପୁଲିସ। ଭୁବନେଶ୍ୱର କୋର୍ଟରୁ ଅନୁମତି ମିଳିବା ପରେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ଅଧିକ ପଚରାଉଚରା କରିବ ପୁଲିସ। ଏଥିସହ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଟିମ୍ ଅଭିଯୁକ୍ତଙ୍କ ଘର କୋଲକାତା ଯାଇ ତଦନ୍ତ କରିବ।

Fake call center case

ଫେକ୍ କଲ୍ ସେଣ୍ଟର କରି ଅଭଯୁକ୍ତମାନେ ଓଡ଼ିଶା ସହ ସମଗ୍ର ଦେଶରେ ଠକେଇ କରିଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି। ଅଧିକ ତଦନ୍ତ ପାଇଁ ଏକ ସ୍ପେଶାଲ ଟିମ୍ ଗଠନ କରିଛି କମିଶନରେଟ୍‌ ପୁଲିସ୍। ସଫ୍ଟୱେର ପ୍ରଡକ୍ଟ ବା ଆଣ୍ଟି ଭାଇରସ୍ ଅପଲୋଡ୍ କରିବାକୁ କହି ଆମେରିକାର କିଛି ଲୋକଙ୍କୁ ମଧ୍ୟ ଏମାନେ ଚୁନ ଲଗାଇଥିବା ଜଣାଯାଇଛି। ତେଣୁ ଏମାନେ କେତେ ଲୋକଙ୍କୁ ଫେକ୍ କଲ୍ ମାଧ୍ୟମରେ ଠକିଛନ୍ତି, ସେ ନେଇ ସାଇବର ଠକଙ୍କ ବ୍ୟାଙ୍କ୍ ଆକାଉଣ୍ଟ ଯାଞ୍ଚ କରାଯାଇଛି। କମିଶନରେଟ୍‌ ପୁଲିସ ଏହି ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ଖୋଳତାଡ଼ କରିବ।

ସୂଚନା ମୁତାବକ, ଭୁବନେଶ୍ୱର ସ୍ଥିତ ସୁନ୍ଦରପଦାର କାଞ୍ଚନ ଟାୱାର ଆପାର୍ଟମେଣ୍ଟରେ ଦ୍ୱିତୀୟ ମହଲାରେ ଥିବା ୨୦୫ ନମ୍ବର ଫ୍ଲାଟରେ ନକଲି କଲ୍ ସେଣ୍ଟର ଚାଲିଥିବା କମିଶନରେଟ ପୁଲିସର ସାଇବର ଟିମ୍ କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ପୁଲିସ ଚଢ଼ାଉ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଆପାର୍ଟମେଣ୍ଟରୁ ସିମ ବକ୍ସ ଭଳି ଦେଖାଯାଉଥିବା ଡିଭାଇସ ଠାବ କରିଛି ପୁଲିସ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+