ରାଜ୍ୟରେ ଚିହ୍ନଟ ହେବେ ନକଲି ଡାକ୍ତର, ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଏଣିକି ରାଜ୍ୟରେ ଚିହ୍ନଟ ହେବେ ନକଲି ଡାକ୍ତର । ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ । ଡାକ୍ତରୀ ପେସାରେ ଥିବା ସମସ୍ତଙ୍କର ସାର୍ଟିଫିକେଟ୍ ଯାଞ୍ଚ କରାଯିବ।
କଟକ: ଏଣିକି ରାଜ୍ୟରେ ଚିହ୍ନଟ ହେବେ ନକଲି ଡାକ୍ତର । ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ । ଡାକ୍ତରୀ ପେସାରେ ଥିବା ସମସ୍ତଙ୍କର ସାର୍ଟିଫିକେଟ୍ ଯାଞ୍ଚ କରାଯିବ । ଯେଉଁ ଡାକ୍ତର ନିଜକୁ ନିର୍ଦ୍ଦିଷ୍ଟ ବିଭାଗର ସ୍ପେଶାଲିଷ୍ଟ ବୋଲି ଦର୍ଶାଇ ରୋଗୀ ଚିକିତ୍ସା କରୁଛନ୍ତି, ସେମାନଙ୍କର ବି ସବିଶେଷ ଯୋଗ୍ୟତା ପ୍ରମାଣପତ୍ର ଯାଞ୍ଚ ହେବ। ଏଭଳି ପ୍ରକ୍ରିୟାରେ ଧରାପଡ଼ିଥିବା ନକଲି ଡାକ୍ତରଙ୍କ ବିରୋଧରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ନିର୍ଦ୍ଦିଷ୍ଟ ସମୟସୀମା ଭିତରେ ଡାକ୍ତରଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ କରି ରିପୋର୍ଟ ଦାଖଲ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜାଲ ଚିକିତ୍ସକଙ୍କୁ ତୁରନ୍ତ ଠାବ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଫେବୃଆରୀ ୨୦ ସୁଧା ସାନି ଅତିରିକ୍ତ ସତ୍ୟପାଠ ଦାଖଲ କରିବ ରାଜ୍ୟ ସରକାର ।
ଉଲ୍ଲେଖଥାଉ କି, ଗତ କିଛି ଦିନ ତଳେ ରାଜ୍ୟରେ ଚିକିତ୍ସା କରୁଥିବା ଡାକ୍ତରଙ୍କ ମଧ୍ୟରୁ ୫୧%ଙ୍କ ନିକଟରେ ଉପଯୁକ୍ତ ଶିକ୍ଷାଗତ ଯୋଗ୍ୟତା ନଥିବା ବିଶ୍ୱବ୍ୟାଙ୍କ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଥିଲା । ଏ ପ୍ରସଙ୍ଗରେ ଯାଞ୍ଚ କରିବାକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।
ଗତକାଲି (ଶୁକ୍ରବାର) ଦିନ ହାଇକୋର୍ଟରେ ଏ ସଂପର୍କିତ ମାମଲାର ଶୁଣାଣି ହୋଇଥିଲା। ଶୁଣାଣି ସମୟରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାଖଲ କରିଥିବା ସତ୍ୟପାଠକୁ ନେଇ ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଥିଲେ। ତେବେ, ସରକାରଙ୍କ ପକ୍ଷରୁ ଦର୍ଶାଯାଇଥିଲା ଯେ ଯାଞ୍ଚ ପାଇଁ ସବୁ ସିଡିଏମ୍ଓଙ୍କୁ ଆବଶ୍ୟକ ନିର୍ଦ୍ଦେଶନାମା ଜାରି କରାଯାଇଛି।












Click it and Unblock the Notifications