ଦୁଇ ଫାଳ ହୋଇଗଲା ଫଲକନାମା ଏକ୍ସପ୍ରେସ୍, ବଡ ଦୁର୍ଘଟଣାରୁ ଅଳ୍ପକେ ବାର୍ତ୍ତିଲେ ଯାତ୍ରୀ

ପୁଣି ରେଳ ଦୁର୍ଘଟଣା। ଦୁଇ ଭାଗ ହୋଇଗଲା ଫଲକନୁମା ଏକ୍ସପ୍ରେସ୍। ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମର ପଲାସା ନିକଟରେ ମଙ୍ଗଳବାର ଘଟିଛି ଏକ ରେଳ ଦୁର୍ଘଟଣା। ବିଶାଖାପାଟଣା ଦେଇ ସାଲିମାର ଯାଉଥିବା ଫଲକନୁମା ଏକ୍ସପ୍ରେସର ଦୁଇଟି ଏସି ବଗି ଟ୍ରେନରୁ ଅଲଗା ହୋଇଯାଇଛି। ଫଳରେ ଶତାଧିକ ଯାତ୍ରୀ ଫସି ରହିବା ସହ ଆତଙ୍କିତ ହୋଇପଡ଼ିଥିଲେ। ଦୁର୍ଘଟଣାରେ ମୃତାହତ ନେଇ କୌଣସି ସୂଚନା ନାହିଁ।

Falaknama Express

ଯାତ୍ରୀମାନଙ୍କ କହିବା ଅନୁଯାୟୀ, ସୁମ୍ମାଦେବୀ-ମଣ୍ଡାସା ଗାଁ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଫଳରେ ଯାତ୍ରୀମାନେ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଟେକ୍ନିସିଆନ୍‌ମାନଙ୍କ ସହ ରେଳ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଦୁଇ ବଗିକୁ ଟ୍ରେନ୍‌ ସହ ଯୋଡ଼ିଥିଲେ। ଏହାପରେ ଟ୍ରେନ୍‌ଟି ଗନ୍ତବ୍ୟ ସ୍ଥଳ ଅଭିମୁଖେ ଯାଇଥିବା ଜଣାପଡ଼ଛି। ଅପରପକ୍ଷେ ଏହି କାରଣରୁ ଏକାଧିକ ଟ୍ରେନ୍‌ ବିଳମ୍ବରେ ଚାଲୁଥିବା ଜଣାପଡ଼ିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+