ପରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ
ପରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ । ୯୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ।
ଭୁବନେଶ୍ବର ଖାରବେଳନଗର ବାସଭବନରେ ଆଖି ବୁଜିଛନ୍ତି ରମାକାନ୍ତ ରଥ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ଭୁବନେଶ୍ବର ବାସଭବନରେ ପହଞ୍ଚି ବହୁ ମାନ୍ୟଗଣ୍ୟ ଓ ବିଶିଷ୍ଟ ବ୍ୟକ୍ତି ପହଞ୍ଚି ଶେଷ ଦର୍ଶନ କରୁଛନ୍ତି । ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ତାଙ୍କ ଝିଅ କହିଛନ୍ତି।
ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ପାଇଁ ପରିଚିତ ଥିଲେ ରମାକାନ୍ତ ରଥ। 'ସପ୍ତମ ଋତୁ' ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। 'ସଚିତ୍ର ଅନ୍ଧାର' ପାଇଁ ଶାରଳା ପୁରସ୍କାରରେ ସମ୍ମାନୀତ ହୋଇଥିଲେ ରମାକାନ୍ତ ରଥ ।
ରମାକାନ୍ତ ରଥ ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ । ଏହାପରେ ସେ ରେଭେନ୍ସା ବିଶ୍ବବିଦ୍ୟାଳୟରୁ ଇଂରାଜୀରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ। ୧୯୫୭ ମସିହାରେ ଭାରତୀୟ ପ୍ରଶାସନିକ ସେବାର ଯୋଗ ଦେଇଥଇଲେ ।

ସେ ୧୯୯୨ ମସିହାରେ ଚାକିରିରୁ ଅବସର ଗ୍ରହଣ କରିଥିଲେ । ଅବସର ପୂର୍ବରୁ ଓଡ଼ିଶାର ମୁଖ୍ୟ ସଚିବ ଭାବେ ଦାୟିତ୍ବ ତୁଲାଇଥିଲେ ରମାକାନ୍ତ ରଥ । ସେ 'ସପ୍ତମ ଋତୁ' ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ 'ସଚିତ୍ର ଅନ୍ଧାର' ପାଇଁ ଶାରଳା ପୁରସ୍କାର, ୨୦୦୯ରେ ଫେଲୋସିପ୍ ସମ୍ମାନ, ୨୦୦୬ରେ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ । ସେହିପରି ସେ ୧୯୯୩-୧୯୯୮ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପସଭାପତି ଓ ୧୯୯୮-୨୦୦୩ କେନ୍ଦ୍ର ସାହିତ୍ୟ ଏକାଡେମୀର ସଭାପତି ଥିଲେ।












Click it and Unblock the Notifications