ଓଡ଼ିଶାରେ ଚକା ଜାମର ପ୍ରଭାବ : ଯାନବାହନ ଚଳାଚଳ ବାଧାପ୍ରାପ୍ତ
ନବ ନିର୍ମାଣ କୃଷକ ସଂଗଠନ, କିଷାନ୍ ମଜଦୁର ମହାସଂଘ, ସଂଯୁକ୍ତ ମଜଦୁର ମୋର୍ଚ୍ଚା, ଭାରତ କିଷାନ୍ ମଜଦୁର ୟୁନିୟନ୍, ଏଆଇଟିୟୁସି ଓ ଅନ୍ୟ ସଂଗଠନ ପକ୍ଷରୁ ବିଭିନ୍ନ ସ୍ଥାନରେ ଚକା ଜାମ୍ କରାଯାଇଛି ।
ଭୁବନେଶ୍ୱର : ଆଜିର କୃଷକ ସଙ୍ଗଠନ ଦେଇଥିବା ତିନି ଘଣ୍ଟିଆ ଚକା ଜାମ୍ ର ପ୍ରଭାବ ଓଡ଼ିଶାରେ ମଧ୍ୟ ଦେଖିବାକୁ ମିଳିଛି । ରାଜ୍ୟରେ ବିଭିନ୍ନ ସ୍ଥାନରେ ଚାଷୀଙ୍କ ତିନିଘଣ୍ଟିଆ ଚକାଜାମ୍ ଆରମ୍ଭ ହୋଇଛି । ନବ ନିର୍ମାଣ କୃଷକ ସଂଗଠନ, କିଷାନ୍ ମଜଦୁର ମହାସଂଘ, ସଂଯୁକ୍ତ ମଜଦୁର ମୋର୍ଚ୍ଚା, ଭାରତ କିଷାନ୍ ମଜଦୁର ୟୁନିୟନ୍, ଏଆଇଟିୟୁସି ଓ ଅନ୍ୟ ସଂଗଠନ ପକ୍ଷରୁ ବିଭିନ୍ନ ସ୍ଥାନରେ ଚକା ଜାମ୍ କରାଯାଇଛି । ଦେଶବ୍ୟାପୀ ଅଖଚକ ଜାମକୁ ସମର୍ଥନ କରି ଆଜି ମାଷ୍ଟରକ୍ୟାଣ୍ଟିନରେ ଏଆଇଟିୟୁସି ଓ ବିକେଏମୟୁର ଶତାଧିକ ଚାଷୀ ଓ ଶ୍ରମିକ ଏକାଠି ହୋଇ ରାସ୍ତାକୁ ଓହ୍ଲାଇଛନ୍ତି ଓ ଆନ୍ଦୋଳନକୁ ଜୋରଦାର କରୁଛନ୍ତି ।

ସୂଚନା ଅନୁଯାୟୀ, କଟକ- ଭୁବନେଶ୍ୱର ରାସ୍ତାରେ ହଂସପାଳଠାରେ ଜାତୀୟ ରାଜପଥରେ ଚାଷୀଙ୍କ ଚକାଜାମ୍ ଜାରି ରହିଛି । ଏହାଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଜାତୀୟ ରାଜପଥର ଉଭୟ ପଟେ ଶହଶହ ସଂଖ୍ୟକ ଗାଡ଼ି ଅଟକି ରହିଛି । ଏଥିସହିତ କଟକର ମଧୁପାଟଣା ଛକଠାରେ ଜାତୀୟ ରାଜପଥରେ ଚାଷୀଙ୍କ ଚକାଜାମ୍ ଆରମ୍ଭ ହୋଇଛି । ସେଠାରେ ଶତାଧିକ ଚାଷୀ ରାସ୍ତା ଅବରୋଧ କରିଥିବାର ଖବର ମିଳିଛି ।
ଚାଷୀ ସଂଗଠନଗୁଡ଼ିକ ଚକା ଜାମ୍କୁ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ସମର୍ଥନ ଜଣାଇଛି । ଫଳରେ ଚାଷୀମାନଙ୍କର ଏହି ଆନ୍ଦୋଳନକୁ ରାଜ୍ୟ କଂଗ୍ରେସ ମଧ୍ୟ ସମର୍ଥନ ଜଣାଇ ରାଜରାସ୍ତାକୁ ଓହ୍ଲାଇଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications