ଓଭର ବ୍ରିଜ ତଳକୁ ଖସିଲା ଟ୍ରକ୍, ଡ୍ରାଇଭର, ହେଲପର ଗୁରୁତର

ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ବ୍ରିଜ ତଳକୁ ଭାରସାମ୍ୟ ହରାଇ ଓଲଟି ପଡିଲା କଦଳୀ ବୋଝେଇ ଟ୍ରକ। ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇଛନ୍ତି। ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ ଚକା ଫାଟିଯିବାରୁ ଭାରସାମ୍ୟ ହରାଇ ଓଭର ବ୍ରିଜ୍‌ରୁ ତଳକୁ ଖସି ପଡ଼ିଥିଲା। ଟ୍ରକ୍‌ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି।

accident

ସୂଚନା ମୁତାବକ ଆନ୍ଧ୍ରପ୍ରଦେଶରୁ କଦଳୀ ବୋଝେଇ ହୋଇ ଟ୍ରକ୍‌ (ନଂ -ଏପି ୦୭ ଟିଏମ୍‌ ୧୬୬୫) ବାଲେଶ୍ୱର ଅଭିମୁଖେ ଯାଉଥିଲା।

ଗେଲପୁର ଓଭର ବ୍ରିଜ୍‌ ନିକଟରେ ଡ୍ରାଇଭର ନିୟନ୍ତ୍ରଣ ହରାଇ ଥିଲେ। ଫଳରେ ଟ୍ରକ୍‌ଟି ସୁରକ୍ଷା ବାଡ଼ା ଭାଙ୍ଗି ତଳକୁ ଖସି ପଡ଼ିଥିଲା। ଆହତ ଡ୍ରାଇଭରଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+