ସ୍ୱାଭିମାନ ଅଞ୍ଚଳରେ ଡିଜିପି, ଆତ୍ମ ସମର୍ପଣ କଲେ ମହିଳା ମାଓବାଦୀ
ଲାଲଗଡ଼ରେ ପୋଲିସ ଡିଜି ଅଭୟ । ଦିନିକିଆ କୋରାପୁଟ ଓ ମାଲକାନଗିରି ଗସ୍ତରେ ଯାଇ ମାଓ ମୁକାବିଲା ରଣନୀତିର ସମୀକ୍ଷା କରିଛନ୍ତି ଡିଜିପି ଅଭୟ । ପ୍ରଥମେ ସେ ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ଘନବେଡ଼ାରେ ହୋଇଥିବା ନୂତନ ବିଏଏଫ୍ କ୍ୟାମ୍ପରେ ପହ
ମାଲକାନଗିରି: ଲାଲଗଡ଼ରେ ପୋଲିସ ଡିଜି ଅଭୟ । ଦିନିକିଆ କୋରାପୁଟ ଓ ମାଲକାନଗିରି ଗସ୍ତରେ ଯାଇ ମାଓ ମୁକାବିଲା ରଣନୀତିର ସମୀକ୍ଷା କରିଛନ୍ତି ଡିଜିପି ଅଭୟ । ପ୍ରଥମେ ସେ ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ଘନବେଡ଼ାରେ ହୋଇଥିବା ନୂତନ ବିଏଏଫ୍ କ୍ୟାମ୍ପରେ ପହଞ୍ଚିଥିଲେ । ସେଠାରେ ମାଓ ଗତିବିଧି ସମ୍ପର୍କରେ ସମୀକ୍ଷା କରିଥିଲେ ଡିଜିପି । ସ୍ୱାଭିମାନ ଅଞ୍ଚଳରେ ମାଓ ମୁକାବିଲାକୁ ଆହୁରି ଜୋରଦାର କରିବା ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି ।

ସେପଟେ ପୋଲିସ ଡିଜିଙ୍କ ଉପସ୍ଥିତିରେ ମହିଳା ମାଓବାଦୀ କଲେ ଆତ୍ମ ସମର୍ପଣ । କୋରାପୁଟ ସୁନାବେଡ଼ା ଠାରେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଏହି ମହିଳା ମାଓବାଦୀ ଜଣକ ହେଉଛନ୍ତି ଫୁଲବତୀ ଓସେଣ୍ଡି ଓରଫ ଅରୁଣା । କେକେବିଏନ ଡ଼ିଭିଜନର ଖଡ଼ଗ ଏରିଆ କମିଟି ଏସିଏମ ର୍ୟାଙ୍କର ଥିଲେ ଅରୁଣା । ୨୦୦୮ରୁ ଲାଲବାହିନୀରେ ସାମିଲ ଥିଲେ । ଅନେକ ମାଓ ହିଂସାରେ ସମ୍ପୃକ୍ତ ଥିଲେ ଫୁଲବତୀ ଓରଫ ଅରୁଣା ।
ତେବେ ଡିଜିପିଙ୍କ ଗସ୍ତ ବେଳେ ଏଡିଜି ଲଳିତ ଦାସ, ଏସଆଇଡବ୍ଲୁ ଆଇଜି ଅମିତାଭ ଠାକୁର, ଏସଆଇଡବ୍ଲୁ ଡିଆଇଜି ଅନିରୁଦ୍ଧ ସିଂ, ମାଲକାନଗିରି ଏସପି ପ୍ରହଲ୍ଲାଦ ମୀନା ପ୍ରମୁଖ ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ । ସ୍ଥାନୀୟ ଲୋକଙ୍କ ସହ ମଧ୍ୟ କଥା ହୋଇଥିଲେ ଡିଜିପି ଅଭୟ ।












Click it and Unblock the Notifications