ଶ୍ରୀମନ୍ଦିର ଭିତରେ ସେବାୟତଙ୍କ ମଧ୍ୟରେ ମାରପିଟ୍; ପାଳି ଖଟିବାକୁ ନେଇ ହାତାହାତି

ଶ୍ରୀମନ୍ଦିର ଭିତରେ ସେବାୟତଙ୍କ ମଧ୍ୟରେ ମାରପିଟ୍ ଦେଖିବାକୁ ମିଳିଛି । ପାଳି ଖଟିବାକୁ ନେଇ ବିମଳାଙ୍କ ମନ୍ଦିର ନିକଟରେ ଦୁଇ ଜଣ ସେବାୟତ ହାତାହାତି ହୋଇଛନ୍ତି।

ଏଥିରେ ସେବାୟତ ଶ୍ୟାମ ପଣ୍ଡା ଆହତ ହେବା ସହ ତାଙ୍କୁ ଜିଲ୍ଲା ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି । ଶ୍ୟାମଙ୍କ ଆଖି ଓ ଛାତିରେ ଆଘାତଲାଗିଛି ।

ପାଳି ଖଟିବାକୁ ନେଇ ସେବାୟତ ନରସିଂହ ପଣ୍ଡାଙ୍କ ସହ ତାଙ୍କର ଗଣ୍ଡଗୋଳ ହୋଇଥିଲା । ଏନେଇ ସିଂହଦ୍ୱାରା ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି ।

shree mandir

ସେହିପରି ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ । ଶ୍ରୀଜିଉଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+