Get Updates
Get notified of breaking news, exclusive insights, and must-see stories!

ସକାଳୁ ସକାଳୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗୁରୁତର ଆହତ ହେଲେ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ

କଟକ: ସକାଳୁ ସକାଳୁ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଏଥିରରେ ଜଣାଶୁଣା ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି । କଟକ ଜିଲ୍ଲା ଚୌଦ୍ୱାର ଠାରେ ଘଟିଛି ଏହି ଦୁର୍ଘଟଣା । କାରରେ ଥିବା ତାଙ୍କ ଡ୍ରାଇଭର ମଧ୍ୟ ଗୁରୁତର ହୋଇଛନ୍ତି । ଦୁଇ ଜଣଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଭୋର 3 ଟାରୁ 4ଟା ମଧ୍ୟରେ ସୁଧାକର ବସନ୍ତଙ୍କ ଗାଡ଼ି ଦୁର୍ଘଟଣାଗସ୍ତ ହୋଇଥିବା ଜଣାପଡ଼ିଛି ।

accident

ମିଳିଥିବା ସୂଚନା ଅନୁଯାୟୀ, ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝେଇ ଟ୍ରକକୁ ସୁଧାକର ବସନ୍ତଙ୍କ ଗାଡ଼ି ଧକ୍କା ଦେଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ହୋଇଥିଲା ଯେ, ତାଙ୍କ ଗାଡ଼ିଟି ପୂରା ଭାଙ୍ଗି ଯାଇଛି । କାର ଭିତରେ ଦୁଇ ଜଣ ଫସିଯାଇଥିଲେ । ନିକଟରେ ଥିବା ଲୋକେ କାରକୁ କାଟି ଭିତରୁ ଦୁଇ ଜଣଙ୍କୁ ବାହାର କରାଯାଇଥିଲା । ତୁରନ୍ତ ଗୁରୁତର ଅବସ୍ଥାରେ ଦୁଇଜଣଙ୍କୁ ଏସସିବିରେ ଭର୍ତ୍ତି କରାଯାଇଛି ।

ଚୌଦ୍ୱାର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସୁଧାକର ବସନ୍ତଙ୍କୁ ଉଦ୍ଧାର କରିଥିଲେ । କାର୍‌କୁ କାଟି ସୁଧାକରଙ୍କୁ ଉଦ୍ଧାର କରାଯାଇଥିଲା । ଏହା ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ନିଆଯାଇଥିଲା ।

ସୁଧାକରଙ୍କ ମୁଣ୍ଡ ଓ ଛାତିରେ ଆଘାତ ଲାଗିଛି । ଉଦ୍ଧାର କରାଯିବା ବେଳକୁ ତାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ ହେଉଥିଲା । କାର୍ ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି । ତାଙ୍କ ହାତରେ ଅଧିକ ଆଘାତ ଲାଗିଛି । ସେହିଭଳି ମୁଣ୍ଡରେ ଅଳ୍ପ ଆଘାତ ଲାଗିଛି । ସେ ବି କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+