ପ୍ରକାଶ ପାଇଲା ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା; ମୋଟ୍ ଭୋଟର ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦

ପ୍ରକାଶ ପାଇଲା ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା । ମୋଟ୍ ଭୋଟର ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ । ପ୍ରେସମିଟ୍‌ରେ ସୂଚନା ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ ।

ସେଥିରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୧ କୋଟି ୬୮ ଲକ୍ଷ ଏବଂ ମହିଳା ଭୋଟରଙ୍କ ସଂଖ୍ୟା ୧ କୋଟି ୬୩ ଲକ୍ଷ । ସେହିପରି ୭ଲକ୍ଷ ୫୪ହଜାର ୯୪୬ ଜଣ ହେଉଛନ୍ତି ଯୁବ ଭୋଟର ଅର୍ଥାତ୍ ୧୮ରୁ ୧୯ ବର୍ଷ ବୟସ ବର୍ଗର ।

ତାଲିକାରେ ୧୨ ଲକ୍ଷ ୯୭ ହଜାର ୯୫୪ ଜଣ ନୂଆ ଭୋଟର ଯୋଡ଼ି ହୋଇଛନ୍ତି । ସେଥିରୁ ଯୁବ ଭୋଟର ସଂଖ୍ୟା ୪ ଲକ୍ଷ ୭୬ ହଜାର ୯୬୯
। ତାଲିକାରୁ ୭ ଲକ୍ଷ ୧୬ ହଜାର ଭୋଟରଙ୍କୁ ବାଦ୍ ଦିଆଯାଇଛି ।

 Voter List

ମହିଳା ଭୋଟରଙ୍କ ସଂଖ୍ୟା ବଢ଼ିଛି । ହଜାରେ ପୁରୁଷରେ ୯୭୨ ମହିଳା ବୋଲି ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ।

ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଆଗାମୀ - ସାଧାରଣ ନିର୍ବାଚନ-୨୪ ନିମନ୍ତେ ସମସ୍ତ ଜାତୀୟ, ରାଜ୍ୟସ୍ତରୀୟ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ନେଇ ଏକ ସର୍ବଦଳୀୟ ବୈଠକରେ ଅଧ୍ୟକ୍ଷତା କରିଥିଲେ । ଉକ୍ତ ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଜାରି କରାଯାଇଥୁବା ନିର୍ବାଚନ ସଂପର୍କିତ ଅତି ଗୁରୁତ୍ୱପୂର୍ଣ ନିର୍ଦ୍ଦେଶାବଳୀ ସଂପର୍କରେ ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ଅବଗତ କରାଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+