ଶେଷରେ ଆଇଏଏସ ଅଫିସର ପଦରୁ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ
ଶେଷରେ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ । IAS ପଦରୁ ଇସ୍ତଫା ଦେଇଛନ୍ତି ବିଷ୍ଣୁପଦ । ମୁଖ୍ୟ ଶାସନ ସଚିବଙ୍କୁ ପଠାଇଛନ୍ତି ନିଜର ଇସ୍ତଫା । ନିଜର ଇସ୍ତଫା ପତ୍ରରେ ଲେଖିଛନ୍ତି ଯେ, ୧୯୯୫ ବ୍ୟାଚର ଜଣେ ପ୍ରଶାସନିକ ଅଧିକାରୀ ଭାବେ ନିରନ୍ତର ଓ ନିସ୍ୱାର୍ଥପର ସେବା ଯୋଗାଇଆସିଛି । କିନ୍ତୁ ଆଜି ହଠାତ୍ ମୋ ଘରେ ସିବିଆଇ ଚଢାଉ କରିବା ନିହାତି ଦୁର୍ଭାଗ୍ୟଜନକ ।

ଯାଞ୍ଚ ବ୍ୟୁରୋ ରେଡ୍ ତରିକା ଠିକ୍ ନଥିଲା ବୋଲି କହିଛନ୍ତି ବିଷ୍ଣୁପଦ ସେଠୀ । ବିନା FIRରେ କିପରି ମୋ ଘରେ ରେଡ୍ କରାଗଲା ସେ ପ୍ରଶ୍ନ କରିଛନ୍ତି । ସେ ଆହୁରି କହିଛନ୍ତି ଏସବୁ ଉଦ୍ଦେଶ୍ୟ ପ୍ରଣୋଦିତ । ଏସବୁରେ ଅତିଷ୍ଟ ହୋଇ ମୁଁ ଆଜି ମୋ ପଦରୁ ଇସ୍ତଫା ଦେଉଛି । ମୋ ପ୍ରତି ଅବିଚାର ହୋଇଥିବା ସେ ସ୍ପଷ୍ଟ କରିଛନ୍ତି । ତେବେ ତାଙ୍କ ଇସ୍ତଫା ପତ୍ରକୁ ଏଯାଏଁ ଗ୍ରହଣ କରାଯାଇନି ।
ସୂଚନା ଥାଉକି, ଆଜି ସକାଳେ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ୍ କରିଥିଲା ସିବିଆଇ । ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍କୁ ନେଇ ୮ ଜଣିଆ ଟିମ୍ର ଖୋଳତାଡ । ବିଷ୍ଣୁପଦ ସେଠୀଙ୍କ ସରକାରୀ ବାସଭବନରେ ରେଡ୍ କରାଯାଉଛି । ସକାଳୁ ସକାଳୁ ରେଡ୍ କରିଛି ସିବିଆଇ । ବିଷ୍ଣୁପଦଙ୍କ ଭୁବନେଶ୍ବର ସ୍ଥିତ ସରକାରୀ ଭବନରେ ଚାଲିଛି ରେଡ୍।
ପୂର୍ବରୁ ବିଭିନ୍ନ ପ୍ରସଙ୍ଗ ନେଇ ତାଙ୍କ ବିରୋଧରେ ଅଭିଯୋଗ ଥିବାବେଳେ ଏବେ ବ୍ରିଜ୍ ଆଣ୍ଡ୍ କମ୍ପାନୀକୁ ଅନୁକମ୍ପା ଦେଖାଇବା ଅଭିଯୋଗରେ ତନାଘନା ଚାଲିଛି । ପୂର୍ବରୁ ତାଙ୍କୁ ସବିଆଇ ପକ୍ଷରୁ ଡାକରା ଆସିଥିବାବେଳେ ସେ କିନ୍ତୁ ଯାଇ ହାଜର ହୋଇନଥିଲେ। ଏବେ ଖୋଦ୍ ସିବିଆଇ ତାଙ୍କ ଘରେ ରେଡ ପକାଇଛି। କିନ୍ତୁ ସବୁ ଅଭିଯୋଗକୁ ଗଣମାଧ୍ୟମ ଆଗରେ ଖଣ୍ଡନ କରିଛନ୍ତି ଖୋଦ୍ ବିଷ୍ଣୁପଦ।












Click it and Unblock the Notifications