ଜନ ଶତାବ୍ଦୀ ଏକ୍ସପ୍ରେସରେ ଲାଗିଲା ନିଆଁ
କଟକ: ଜନ ଶତାବ୍ଦୀ ଏକ୍ସପ୍ରେସରେ ଲାଗିଲା ନିଆଁ । ଭୁବନେଶ୍ୱରରୁ ହାୱାଡ଼ା ଯାଉଥିବା ବେଳେ କଟକ ଷ୍ଟେସନରେ ନିଆଁ ଲାଗିଥିବାର ସୂଚନା ମିଳିଛି । ତେବେ ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତି ଘଟିନାହିଁ ।
ବ୍ରେକିଂ ବାଇଡିଂ ଯୋଗୁଁ ଏକ ବଗି ତଳେ ଅଗ୍ନିକାଣ୍ଡ ଘଟିଥିବା ସ୍ପଷ୍ଟ ହୋଇଛି । ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଛି ।
ସମସ୍ତ ଯାତ୍ରୀ ସୁରକ୍ଷିତ ରହିଛନ୍ତି । ନିଆଁ ଆୟତ୍ତ ହେବା ପରେ ଟ୍ରେନଟି ଷ୍ଟେସନ ଛାଡ଼ିଥିଲା ।
ସୂଚନା ଅନୁସାରେ, କଟକ ଷ୍ଟେସନରେ ଟ୍ରେନ୍ରେ ଗୋଟିଏ ବଗି ତଳେ ନିଆଁ ଲାଗି ଯାଇଥିଲା । ପରେ ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଆୟତ୍ତ କରାଯାଇଛି । ଏବେ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି, କାହାର କୌଣସି କ୍ଷୟକ୍ଷତି ହୋଇନାହିଁ । ଗୋଟିଏ ବଡ଼ ଦୁର୍ଘଟଣାରୁ ସମସ୍ତେ ବର୍ତ୍ତି ଯାଇଥିବା କଥା କୁହାଯାଇଛି ।
କଟକର ୨ ନମ୍ବର ପ୍ଲାଟଫର୍ମରେ ଠିଆ ହୋଇଥିବା ଏହି ଟ୍ରେନ୍ରେ ନିଆଁ ଲାଗିବା ପରେ ଅନ୍ୟ ଟ୍ରେନ୍ ଗୁଡ଼ିକ ମଧ୍ୟ ଅଟକି ରହିଛି ।
ଉଲ୍ଲେଖଥାଉ କି, ଗତ ଜୁନ୍ ମାସ ୨ ତାରିଖରେ ବାଲେଶ୍ୱର ବାହାନଗାରେ ଏହି ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଥିଲା । ସାଲିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ୍ ମାଲଗାଡ଼ି ଉପରେ ଚଢ଼ି ଯାଇଥିଲା । ଠିକ୍ ସେହି ସମୟରେ ଆସୁଥିବା ବାଙ୍ଗାଲୁରୁ-ହାୱାଡ଼ା ୟେଶବନ୍ତପୁର ଏକ୍ସପ୍ରେସ୍ର ଉପରେ ପଡ଼ିଥିଲା କରମଣ୍ଡଳ ଏକ୍ସପ୍ରେସ୍ । ଏହି ଭୟଙ୍କର ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ । ୨୮୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ବାକି ୫ ଜଣଙ୍କ କଟକ ବଡ଼ ଡାକ୍ତରଖାନାରେ ପ୍ରାଣ ହରାଇଥିଲେ । ଏହି ଘଟଣା ସମଗ୍ର ଦେଶରେ ଆଲୋଡନ ଖେଳାଇ ଦେଇଥିଲା ।












Click it and Unblock the Notifications